Posted inଜାତୀୟ

ୟୁନେସ୍କୋର ସମ୍ଭାବିତ ବିଶ୍ୱ ଐତିହ୍ୟ ତାଲିକାରେ ଭାରତର ୩ ସ୍ଥଳ: ଏଏସଆଇ ସୂଚନା…

ନୂଆଦିଲ୍ଲୀ,୨୦।୧୨ : ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନ ୟୁନେସ୍କୋର ବିଶ୍ୱ ଐତିହ୍ୟ ସ୍ଥଳଗୁଡିକର ସମ୍ଭାବିତ ତାଲିକାରେ ଭାରତର ତିନୋଟି ନୂତନ ସାଂସ୍କୃତିକ ସ୍ଥାନ ଅନ୍ତର୍ଭୁକ୍ତ କରାଯାଇଛି। ଏଥିମଧ୍ୟରେ ମୋଡେରାର ଐ ତିହାସିକ ସୂର୍ଯ୍ୟ ମନ୍ଦିର, ଗୁଜରାଟର ବଡନଗରର ଐତିହାସିକ ସହର ଏବଂ ତ୍ରିପୁରାର ଉନାକୋଟିର ପଥର କଟା ମୂର୍ତ୍ତି ଅନ୍ତର୍ଭୁକ୍ତ। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସଆଇ) ମଙ୍ଗଳବାର ଏହି ସୂଚନା ଦେଇଛି। ଏନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି କିଶନ ରେଡ୍ଡୀ ଟୁଇଟ କରି ଏହି ତିନୋଟି ସାଇଟର ଚିତ୍ର ଶେୟାର କରିଛନ୍ତି।

ସେ ଟୁଇଟ କରି କହିଛନ୍ତି ଯେ ଭାରତକୁ ଅଭିନନ୍ଦନ! ୟୁନେସ୍କୋର ପରୀକ୍ଷାମୂଳକ ତାଲିକାରେ ଭାରତ ଆଉ ତିନୋଟି ସାଇଟ ଯୋଡିଛି। ପ୍ରଥମ, ଗୁଜୁରାଟର ବଡନଗରର ବହୁସ୍ତରୀୟ ଐତିହାସିକ ସହର, ଦ୍ୱିତୀୟରେ, ମୋଡେରାର ସୂର୍ଯ୍ୟ ମନ୍ଦିର ଏବଂ ଏହାର ଆଖପାଖ ସ୍ମାରକୀ ଏବଂ ତୃତୀୟଟି ଉନାକୋଟି ଜିଲାର ଉନାକୋଟି ପରିସରରେ ଥିବା ପଥର ମୂର୍ତ୍ତି।

ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ ଇଣ୍ଡିଆ ମଧ୍ୟ ଟୁଇଟ କରି କହିଛି ଯେ ଏହି ପଦକ୍ଷେପ ଭାରତର ସାଂସ୍କୃତିକ ଐତିହ୍ୟକୁ ପ୍ରୋତ୍ସାହିତ କରିବ। ଏଏସଆଇ କହିଛି ଯେ ମୋଡେରାରେ ଥିବା ସୂର୍ଯ୍ୟ ମନ୍ଦିର ଏବଂ ଏହାର ଆଖପାଖ ସ୍ମାରକୀ, ୟୁନାକୋଟିର ପଥର କଟା ମୂର୍ତ୍ତି ଏବଂ ବହୁ ସ୍ତରୀୟ ବଡନଗର ସହର ୟୁନେସ୍କୋର ପରୀକ୍ଷାମୂଳକ ତାଲିକାରେ ଯୋଡି ହୋଇଛି। ଏହା ଭାରତୀୟ ସାଂସ୍କୃତିକ ଐତିହ୍ୟକୁ ଉତ୍ସାହିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?