କ୍ୟାଶ ଭ୍ୟାନ୍‌ରେ ଟଙ୍କା ଲୋଡ୍‌ ବେଳେ ଅଘଟଣ: ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଗୁଳି ଫୁଟି ୩ ଆହତ

ସୁନ୍ଦରଗଡ଼/ରାଜଗାଙ୍ଗପୁର,୧୭/୮(ଜୟନାରାୟଣ ମେଣ୍ଡୁଳି/ଅଶୋକ ପାଣି): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବସ୍‌ଷ୍ଟାଣ୍ଡ ଡେଲି ମାର୍କେଟଠାରେ ଥିବା ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରେ ଗୁରୁବାର କ୍ୟାଶ ଭ୍ୟାନ୍‌ରେ ଟଙ୍କା ଲୋଡ୍‌ କରୁଥିବା ବେଳେ ଘଟିଛି ଅଘଟଣ। ସୁରକ୍ଷାକର୍ମୀଙ୍କ ଅସାବଧାନତା ଯୋଗୁ ବନ୍ଧୁକରୁ ଗୁଳି ଫୁଟି ୩ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ରାଜଗାଙ୍ଗପୁର ଗୋଷ୍ଠୀ ଚିକିତ୍ସା କେନ୍ଦ୍ରକୁ ନିଆଯାଇଥିଲା। ମାତ୍ର ସେମାନଙ୍କ ଅତ୍ୟଧିକ ରକ୍ତସ୍ରାବ ହେଉଥିବାରୁ ରାଉରକେଲା ଆର୍‌ଜିଏଚ୍‌କୁ ପଠାଯାଇଛି। ଖବର ପାଇ ରାଜଗାଙ୍ଗପୁର ଥାନା ପୋଲିସ ଓ ସୁନ୍ଦରଗଡ଼ରୁ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆହତମାନେ ହେଉଛନ୍ତି ରାଜଗାଙ୍ଗପୁର ଶାନ୍ତି ନଗରର ଅନୁରାଗ ତନ୍ତୀ, ଜାମପାଲିର ସୀତା ଲାକ୍ରା ଓ ଜଣେ ଠେଲା ବାଲା ଏମ୍‌ଡି ଇଲିଆସ। ଆଜି ପୂର୍ବାହ୍ନରେ ଏହି ବ୍ୟାଙ୍କରୁ କ୍ୟାଶ ଭ୍ୟାନରେ ଟଙ୍କା ଲୋଡ ହୋଇ ରାଉରକେଲା ଯିବାକୁ ଥିବା ବେଳେ ବ୍ୟାଙ୍କର ଜଣେ ସୁରକ୍ଷାକର୍ମୀ ରଣଜିତ ସିଂଙ୍କ ଡବଲ ବ୍ୟାରେଲ ବନ୍ଧୁକର ଟ୍ରିଗର ଅସାବଧାନତା ବଶତଃ ଟିପି ହୋଇଯିବାରୁ ଗୁଳି ଫୁଟିଥିବା ନେଇ ସହଯୋଗୀ ସୁରକ୍ଷାକର୍ମୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri