କ୍ୟାଶ ଭ୍ୟାନ୍‌ରେ ଟଙ୍କା ଲୋଡ୍‌ ବେଳେ ଅଘଟଣ: ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଗୁଳି ଫୁଟି ୩ ଆହତ

ସୁନ୍ଦରଗଡ଼/ରାଜଗାଙ୍ଗପୁର,୧୭/୮(ଜୟନାରାୟଣ ମେଣ୍ଡୁଳି/ଅଶୋକ ପାଣି): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବସ୍‌ଷ୍ଟାଣ୍ଡ ଡେଲି ମାର୍କେଟଠାରେ ଥିବା ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରେ ଗୁରୁବାର କ୍ୟାଶ ଭ୍ୟାନ୍‌ରେ ଟଙ୍କା ଲୋଡ୍‌ କରୁଥିବା ବେଳେ ଘଟିଛି ଅଘଟଣ। ସୁରକ୍ଷାକର୍ମୀଙ୍କ ଅସାବଧାନତା ଯୋଗୁ ବନ୍ଧୁକରୁ ଗୁଳି ଫୁଟି ୩ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ରାଜଗାଙ୍ଗପୁର ଗୋଷ୍ଠୀ ଚିକିତ୍ସା କେନ୍ଦ୍ରକୁ ନିଆଯାଇଥିଲା। ମାତ୍ର ସେମାନଙ୍କ ଅତ୍ୟଧିକ ରକ୍ତସ୍ରାବ ହେଉଥିବାରୁ ରାଉରକେଲା ଆର୍‌ଜିଏଚ୍‌କୁ ପଠାଯାଇଛି। ଖବର ପାଇ ରାଜଗାଙ୍ଗପୁର ଥାନା ପୋଲିସ ଓ ସୁନ୍ଦରଗଡ଼ରୁ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆହତମାନେ ହେଉଛନ୍ତି ରାଜଗାଙ୍ଗପୁର ଶାନ୍ତି ନଗରର ଅନୁରାଗ ତନ୍ତୀ, ଜାମପାଲିର ସୀତା ଲାକ୍ରା ଓ ଜଣେ ଠେଲା ବାଲା ଏମ୍‌ଡି ଇଲିଆସ। ଆଜି ପୂର୍ବାହ୍ନରେ ଏହି ବ୍ୟାଙ୍କରୁ କ୍ୟାଶ ଭ୍ୟାନରେ ଟଙ୍କା ଲୋଡ ହୋଇ ରାଉରକେଲା ଯିବାକୁ ଥିବା ବେଳେ ବ୍ୟାଙ୍କର ଜଣେ ସୁରକ୍ଷାକର୍ମୀ ରଣଜିତ ସିଂଙ୍କ ଡବଲ ବ୍ୟାରେଲ ବନ୍ଧୁକର ଟ୍ରିଗର ଅସାବଧାନତା ବଶତଃ ଟିପି ହୋଇଯିବାରୁ ଗୁଳି ଫୁଟିଥିବା ନେଇ ସହଯୋଗୀ ସୁରକ୍ଷାକର୍ମୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri