ଓଡ଼ିଶାର କ୍ଷୁଦ୍ର ଚଳଚ୍ଚିତ୍ରକୁ ୩ ଅନ୍ତର୍ଜାତୀୟ ପୁରସ୍କାର

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଓଡ଼ିଶାରୁ ନିର୍ମିତ କରୋନା ଆଧାରିତ ସାଇଲେଣ୍ଟ୍‌ ଶର୍ଟ ଫିଲ୍ମ ‘ଓ୍ବାରିଅର୍ସ ଓ୍ବାର୍‌ ଓ୍ବିଦିନ’ ୩ଟି ଅନ୍ତର୍ଜାତୀୟ ପୁରସ୍କାର ପାଇଛି। ଚଳଚ୍ଚିତ୍ର ନିର୍ମାତା ତଥା ଅଭିନେତା ଗଜେନ୍ଦ୍ର କୁମାର ପାଢୀଙ୍କ ୧୨ ମିନିଟ୍‌ ୨୨ ସେକେଣ୍ଡର ଏହି ଫିଲ୍ମ ଚଳିତବର୍ଷ ଆମେରିକା, ଭୁଟାନ ଓ ସିଙ୍ଗାପୁରଠାରେ ଅନୁଷ୍ଠିତ ୩ ଚଳଚ୍ଚିତ୍ର ମହୋତ୍ସବରେ ସ୍ଥାନ ପାଇବା ସହ ପୁରସ୍କୃତ ହୋଇଛି। ଏହାବାଦ୍‌ ଗୋଲ୍ଡେନ୍‌ ବ୍ରିଜ୍‌ ଇସ୍ତାନବୁଲ୍‌ କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବ ଓ ଆନାଟୋଲିଆ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶନ ପାଇଁ ମନୋନୀତ ହୋଇଛି।
ଏହି ଫିଲ୍ମଟି ଆଗଧାଡ଼ିର କରୋନା ଯୋଦ୍ଧା କୁହାଯାଉଥିବା ଜଣେ ନର୍ସଙ୍କ କର୍ତ୍ତବ୍ୟନିଷ୍ଠା ଉପରେ ପର୍ଯ୍ୟବସିତ। ଜଣେ ମା’ ଭଳି କରୋନା ରୋଗୀଙ୍କ ସେବା କରୁଥିବା ନର୍ସ ଜଣକ ଘରେ ଛାଡ଼ି ଆସିଥିବା ନିଜ କ୍ଷୀରଖିଆ ଛୋଟ ଛୁଆକୁ ଚାହୁଁଥିଲେ ବି କୋଳେଇ ପାରୁନାହାନ୍ତି। ଏପଟେ କରୋନା ଲଢ଼େଇ, ସେପଟେ ମା’ କୋଳଠାରୁ ଦୂରରେ ଥିବା ନିଜର ଛୁଆ – ଏମିତି କେତେକ ଦୃଶ୍ୟକୁ ନେଇ ଫିଲ୍ମର କାହାଣୀ ଗତିଶୀଳ ହୋଇଛି। ଚଳଚ୍ଚିତ୍ରରେ ନିର୍ମାତା କୌଣସି ଭାଷା ବ୍ୟବହାର ନ କରି ମଧ୍ୟ ଦର୍ଶକଙ୍କ ହୃଦୟ ଜିତିପାରିଛନ୍ତି। କୋଭିଡ୍‌ ନିୟମକୁ ପାଳନ କରି ମାତ୍ର ଗୋଟିଏ ଦିନରେ ଏହି ଫିଲ୍ମର ଶୁଟିଂ କରାଯାଇଛି। ଏହି ପୁରସ୍କାରକୁ ନିର୍ମାତା ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଫିଲ୍ମର ଏଡିଟିଂ ଓ ମ୍ୟୁଜିକ୍‌ରେ ଅମ୍ବିକେଶ କୁନାଲ ହୋତା ଥିବାବେଳେ କ୍ୟାମେରା ଓ ଲାଇଟ୍‌ ଦାୟିତ୍ୱ ତୁଲାଇଛନ୍ତି ଗଗନ କୁମାର ରାଉତ। ମୁଖ୍ୟ ଭୂମିକାରେ ଗାୟତ୍ରୀ ରଥ ନିଖୁଣ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri