ନୂଆବର୍ଷରେ ନୂଆ ଉପହାର: ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ୩ ଆଇପିଏସ୍‌

ଭୁବନେଶ୍ୱର,୧ା୧: ରାଜ୍ୟ ସରକାର ନୂଆବର୍ଷରେ ୩ ବରିଷ୍ଠ ଆଇପିଏସ୍‌ଙ୍କୁ ନୂଆ ଉପହାର ଦେଇଛନ୍ତି। ଅର୍ଥାତ୍‌ ୩ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ସରକାର ପଦୋନ୍ନତି ଦେଇଛନ୍ତି।

Image

୧୯୯୩ ବ୍ୟାଚ୍‌ର ୩ ଆଇପିଏସ୍‌ ବିନୟତୋଷ ମିଶ୍ର, ଆର୍‌ପି କୋଚେ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା ସୁଶାନ୍ତ ନାଥ ଡିଜି ପାହ୍ୟାକୁ ପଦୋନ୍ନତି ପାଇଛନ୍ତି।

ବିନୟତୋଷ ଏବେ କ୍ରାଇମବ୍ରାଞ୍ଚ ଏଡିଜି ଭାବେ କାର୍ଯ୍ୟ କରୁଥିବାବେଳେ ଆର.ପି କୋଚେ ଗୋଇନ୍ଦା ନିର୍ଦ୍ଦେଶକ ଅଛନ୍ତି। ସୁଶାନ୍ତ କୁମାର ନାଥ କେନ୍ଦ୍ରୀୟ ଡେପୁଟେଶନରେ ଅଛନ୍ତି। ସେ ବିଏସ୍‌ଏଫରେ କାର୍ଯ୍ୟ କରୁଛନ୍ତି। ଏହା ପୂର୍ବରୁ ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଥିଲା।

ସେହିପରି ୨୦୦୭ ବ୍ୟାଚ୍‌ର ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ ଓ ନିତି ଶେଖରଙ୍କୁ ଆଇଜି ପାହ୍ୟାକୁ ଏବଂ ୨୦୧୧ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପିନାକ ମିଶ୍ର, ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ବୌଦ୍ଧ,୧୬।୩(ଅଜିତ କୁମାର ବାରିକ ): ବୌଦ୍ଧ ଜିଲାରେ ତାପମାତ୍ର ଶନିବର ଦିନ ୪୨ ଡିଗ୍ରୀ ଉପରେଥିଲା। ଏ ନେଇ ରାଜ୍ୟରେସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ।...

ସୁଭଦ୍ରା ଅପ୍‌ଡେଟ୍‌: ଏକାବେଳକେ ମିଳିବ ୧୫ ହଜାର

ଭୁବନେଶ୍ୱର,୧୬।୩: ‘ସୁଭଦ୍ରା’ ହିତାଧୀକାରୀଙ୍କ ପାଇଁ ବଡ଼ ଖବର । ମହିଳାଙ୍କୁ ମିଳିବ ୧୫ ହଜାର ଟଙ୍କା । ତୃତୀୟ କିସ୍ତି ପାଇବେ ହିତାଧିକାରୀ । ଦୁଇଟି...

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ କରିହେବନି ତାଙ୍କ ଭୂମିକାକୁ ଅସ୍ବୀକାର

ଭୁବନେଶ୍ୱର,୧୬ । ୩ : ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି  ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri