Posted inଜାତୀୟ

୩ ପ୍ରସଙ୍ଗ ବନାମ ୫ ରାଜ୍ୟ…

ନୂଆଦିଲ୍ଲୀ, ୮।୧: ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଫେବୃୟାରୀ ୧୦ରୁ ହେବାକୁ ଯାଉଛି। ଏସବୁ ରାଜ୍ୟରେ ୩ ଟି ପ୍ରସଙ୍ଗ ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

ଦରଦାମ୍‌ ବୃଦ୍ଧି, କୃଷକ ଆନ୍ଦୋଳନ ଏବଂ କରୋନା ମହାମାରୀ ମୁଖ୍ୟ ପ୍ରସଙ୍ଗ ପାଲଟିବ ବୋଲି ଚର୍ଚ୍ଚା ହେଉଛି। ଏହା ସହିତ ହେଟ୍‌ ସ୍ପିଚ୍‌ ତଥା ସଂଖ୍ୟାଲଘୁଙ୍କ ଧ୍ରୁବୀକରଣ ମଧ୍ୟ ନିର୍ବାଚନରେ ଏକ ପ୍ରସଙ୍ଗ ପାଲଟିବ। ୫ ରାଜ୍ୟର ୬୯୦ ବିଧାନସଭା ଆସନ ମଧ୍ୟରୁ ୨୪୦ରୁ ଅଧିକରେ କୃଷକ ଆନ୍ଦୋଳନର ପ୍ରଭାବ ରହିଛି।

ପଞ୍ଜାବକୁ ଛାଡ଼ି ଦେଲେ ଅନ୍ୟ ୪ ରାଜ୍ୟରେ ଭାଜପା ସରକାର ରହିଛନ୍ତି। ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ କାର୍ଯ୍ୟକାଳ ୨୦୨୨ ମେ’୧୪ରେ ଶେଷ ହେଉଛି। ଏହା ପୂର୍ବରୁ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି।

ସେହିପରି ଉତ୍ତରାଖଣ୍ଡରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ସରକାରଙ୍କ କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ୨୩ରେ ଶେଷ ହେଉଛି। ପଞ୍ଜାବରେ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନିଙ୍କ କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ୨୭ରେ ଶେଷ ହେଉଛି। ମଣିପୁରରେ ମୁଖ୍ୟମନ୍ତ୍ରୀ ଏନ୍‌.ବିରେନ୍‌ ସିଂଙ୍କ କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ୧୯ରେ ଶେଷ ହେଉଥିବାବେଳେ ଗୋଆର ମୁଖ୍ୟମନ୍ତ୍ରୀ ଡ.ପ୍ରମୋଦ ସାଓ୍ବନ୍ତ ସରକାରଙ୍କ କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ୧୫ରେ ଶେଷ ହେବାକୁ ଯାଉଛି।

ଏସବୁ ରାଜ୍ୟରେ ତୃଣମୂଳ କଂଗ୍ରେସ, ଆମ୍‌ ଆଦ୍‌ମୀ ପାର୍ଟି ମଧ୍ୟ ଲଢ଼ିବାର ଯୋଜନା କରିଛନ୍ତି। ଫଳରେ ଭୋଟର ବିଭାଜିତ ହେବା ନିଶ୍ଚିତ ହୋଇଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri