ଭିଜିଲାନ୍ସ ଜାଲରେ ଆଇଟିଡିଏର ୩ ଯନ୍ତ୍ରୀ

ନବରଙ୍ଗପୁର,୧୭।୧୨(ବି.ପ୍ର.)-ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ଅଫିସ ଗାଡ଼ିରେ ଟଙ୍କା ନେଇ ଯାଉଥିବାବେଳେ ୨ ଜଣ ସହକାରୀ ଯନ୍ତ୍ରୀ ଓ ଜଣେ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେମାନେ ହେଲେ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଶରତ କୁମାର ମାଝି, ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା ଓ ପ୍ରମୋଦ କୁମାର ପ୍ରଧାନ।
୩ ଜଣ ଯନ୍ତ୍ରୀ ଅଫିସ୍‌ ଗାଡ଼ି(ଓଡି-୨୪ଏ-୩୩୨୮)ରେ ଟଙ୍କା ନେଇ ଉମରକୋଟ ଯାଉଥିବା ନବରଙ୍ଗପୁର ଭାରପ୍ରାପ୍ତ ଭିଜିଲାନ୍ସ ଡିଏସ୍‌ପି କଳାବତି ବାଗ ବିଶେଷ ସୂତ୍ରରୁ ଖବର ପାଇଥିଲେ। ଏହାପରେ ବାଗଙ୍କ ସମେତ ଜୟପୁର ଭିଜିଲାନ୍ସ ଡିଏସ୍‌ପି ସୁରେନ୍ଦ୍ର ନାଥ ପାଣିଗ୍ରାହୀ, ଇନ୍ସିପେକ୍ଟର ବିନୟ କୁମାର ରୟ, କନଷ୍ଟେବଳ ଅଜିତ ପାଢ଼ୀ ପ୍ରମୁଖ ଏକ ଟିମ୍‌ ଗଠନ କରି ପାପଡାହାଣ୍ଡି ଡିୟର ପାର୍କ ନିକଟରେ ଗାଡ଼ିକୁ ଅଟକାଇ ଯାଞ୍ଚ କରିଥିଲେ। ଗାଡ଼ି ଭିତରେ ଥିବା ଗୋଟିଏ ବ୍ୟାଗରୁ ୩ ଲକ୍ଷ ୯ ହଜାର ୪ ଶହ ଟଙ୍କା ମିଳିଥିଲା। ଟଙ୍କା ସବୁ ନିଜର ବୋଲି ସହକାରୀ ଯନ୍ତ୍ରୀ ପ୍ରମୋଦ କୁମାର ପ୍ରଧାନ କହିଥିଲେ। ତେବେ ଏତେ ଟଙ୍କା କେଉଁ ଉଦ୍ଦେଶ୍ୟରେ ଉଠାଣ ହୋଇଛି ଓ କାହା ପାଖକୁ ଯାଉଥିଲା ଭିଜିଲାନ୍ସ ବିଭାଗ ତାହାର ଖୋଳତାଡ଼ କରୁଛି। ସନ୍ଧ୍ୟା ପରେ ବ୍ୟାଙ୍କ ବନ୍ଦ ଥିବାରୁ ଶୁକ୍ରବାର ଅଧିକ ତଦନ୍ତ କରାଯିବ। ୩ ଯନ୍ତ୍ରୀଙ୍କୁ ଅଟକ ରଖାଯାଇଛି ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri