Posted inଜାତୀୟ

ଭାରତରେ ୩ ଜୈଶ୍‌ ଆତଙ୍କବାଦୀ: ଟାର୍ଗେଟ୍‌ରେ ଦିଲ୍ଲୀ

ନୂଆଦିଲ୍ଲୀ, ୨୦।୮: ଭାରତରେ ୩ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ଅନୁପ୍ରବେଶ କରିଛନ୍ତି। ଦିଲ୍ଲୀ ସହିତ କେତେକ ଭିଆଇପିଙ୍କୁ ସେମାନେ ଟାର୍ଗେଟ୍‌ କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦିଲ୍ଲୀର ଜନଗହଳିପୂର୍ଣ୍ଣ ସ୍ଥାନ ଏବଂ ଗୁୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟାଳୟରେ ଆକ୍ରମଣ କରିବା ଲାଗି ସେମାନେ ଷଡ଼ଯନ୍ତ୍ର କରିଥିବା ଗୋଇନ୍ଦା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଆତଙ୍କବାଦୀଙ୍କ ନାମ ଗୁଲଜାନ, ଜୁମାନ ଖାଁ ଏବଂ ଶକିଲ ଅହମ୍ମଦ ବୋଲି ରିପୋର୍ଟରେ ଦର୍ଶାଯାଇଛି। ଆତଙ୍କବାଦୀମାନେ ଜୈଶ୍‌ ମୁଖ୍ୟ ମୁଫ୍‌ତି ଅବ୍ଦୁଲ ରଉଫ୍‌ ଅସଗରଙ୍କ ନିକଟତମ ସହଯୋଗୀ ବୋଲି କୁହାଯାଉଛି। ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ଇଶାରାରେ ଜୈଶ୍‌ ଆତଙ୍କବାଦୀମାନେ ଭାରତରେ ପ୍ରବେଶ କରିଥିବା ରିପୋର୍ଟରେ ପ୍ରକାଶ ପାଇଛି। ସେମାନେ ପାକିସ୍ତାନରେ ତାଲିମ୍‌ ନେବା ପରେ ଜମ୍ମୁ-କଶ୍ମୀରର ସିଆଲକୋଟ୍‌ ସେକ୍ଟର ବାଟେ ଭାରତରେ ଅନୁପ୍ରବେଶ କରିଛନ୍ତି। ସେମାନଙ୍କ ପାଖରେ ଆଫଗାନିସ୍ତାନ ନାଗରିକତା ପ୍ରମାଣ ପତ୍ର ରହିଛି। ୨ ଜଣ କଶ୍ମୀର ଆତଙ୍କବାଦୀଙ୍କ ମାର୍ଗଦର୍ଶକ ପାଲଟି ଥିବା ଗୋଇନ୍ଦା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?