୪ ଦିନରେ ୩ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ଘରେ ପହଞ୍ଚିଲେ…

ଅମରପାଲି, ୧।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ବିଭିନ୍ନ ଗ୍ରାମରେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟ ବିଭାଗୀୟ ଟିମ ସେମାନଙ୍କ ଘରେ ପହଞ୍ଚି ସ୍ଥିତି ନିରୀକ୍ଷଣ କରିବା ସହିତ ମୃତ୍ୟୁର କାରଣ ତଦନ୍ତ କରିଛନ୍ତି। ଏପ୍ରିଲ ୨୯ ତାରିଖ ବୁଧବାର ଦୈନିକ ଖବରକାଗଜ ‘ଧରିତ୍ରୀ’ରେ ୪ ଦିନରେ ୩ କିଡନୀ ଆକ୍ରାନ୍ତଙ୍କ ମୃତ୍ୟ ଖବର ପ୍ରକାଶ ପାଇଥିଲା। ଏହି ଖବରକୁ ଆଧାର କରି ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଉଷାରାଣୀ ଦାସଙ୍କ ନିର୍ଦ୍ଦେଶରେ ଏକ ମେଡିକାଲ ଟିମ ଗୁରୁବାର ପୂର୍ବାହ୍ନରେ କିଡନୀ ଆକ୍ରାନ୍ତ ମୃତକଙ୍କ ଘରକୁ ଯାଇ ତଦନ୍ତ କରିବା ସହିତ ମୃତ୍ୟୁର କାରଣ ଖୋଜୁଛନ୍ତି। ଉକ୍ତ ଟିମରେ ବୀରମହାରାଜପୁର ମେଡିକାଲ ମୋବାଇଲ ହେଲ୍ଥ ୟୁନିଟର ଡା. ମାନସ କୁମାର ନାୟକ, ବହଳପଦର ସିଏଚଓ ଲଫି ଦଳାଇ, ଏମଏଚୟୁ ଏନଏମ ଭଗବତୀ ହାତୀ, ଅମରପାଲି ଆଶା କର୍ମୀ ପୁଷ୍ପାଞ୍ଜଳି ପତି ଓ ଗୁଦୁଗୁଦା ଆଶା କର୍ମୀ ସବିତା କୁମୁରା ପ୍ରମୁଖ ସାମିଲ ହୋଇଥିଲେ। ସେମାନେ ଅମରପାଲି, ବହଳପଦର ଓ ଗୁଦୁଗୁଦା ଗ୍ରାମର ମୃତକଙ୍କ ଘରକୁ ଯାଇ ସ୍ଥିତି ନିରୀକ୍ଷଣ କରିଥିଲେ। ସୂଚନା ଅନୁସାରେ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମର ବାବୁ ବଗର୍ତ୍ତି (୭୨), ବହଳପଦର ଗ୍ରାମର କରୁଣାକର ନାଏକ (୫୦) ଓ ଗୁଦୁଗୁଦା ଗ୍ରାମର ଭବାବଧି ତରଙ୍ଗ ଘୁଟା (୪୯)ଙ୍କ କିଡନୀ ରୋଗରେ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ତଦନ୍ତ ପରେ ଟିମ ଜାଣିବାକୁ ପାଇଥିଲା ଯେ ସମସ୍ତେ କିଡନୀ ରୋଗରେ ଆକ୍ରାନ୍ତ ହୋଇ ବୁର୍ଲା, କଟକ ଓ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିଲେ। ଏହା ସହିତ ଅଞ୍ଚଳରେ ଆହୁରି ଅନେକ ବ୍ୟକ୍ତି କିଡନୀ ରୋଗରେ ଆକ୍ରାନ୍ତ ହୋଇଥିବା ଏବଂ ସ୍ଥାନୀୟ ଅଞ୍ଚଳରେ ଚିକିତ୍ସା ସୁବିଧା ନ ମିଳିବାରୁ କଟକ ଓ ଭୁବନେଶ୍ୱରର ଘରୋଇ ଚିକିତ୍ସାଳୟରେ ଚିକିତ୍ସା କରାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଥିଲେ। ଉକ୍ତ ଟିମ ବିଭିନ୍ନ ସ୍ଥାନର ପାନୀୟ ଜଳର ନମୁନା ସଂଗ୍ରହ କରିଥିବା ମଧ୍ୟ ଜଣାପଡ଼ିଛି। ଏହା ସହିତ ମୃତକଙ୍କ ପରିବାର ଲୋକଙ୍କ ସହ କିଡନୀ ରୋଗ ସମ୍ପର୍କରେ ଆଲୋଚନା କରିଥିବା ସୂଚନା ମିଳିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?