ଭାଲୁ ଆକ୍ରମଣରେ ୩ ମୃତ, ୨ ଗୁରୁତର, ୪ ଲକ୍ଷ ଲେଖାଏଁ କ୍ଷତିପୂରଣ

ଖଡ଼ିଆଳ,୧୬।୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଲଖ୍‌ନା ଥାନା ଅନ୍ତର୍ଗତ ସମରସିଂ ଗ୍ରାମ ନିକଟ ଜଙ୍ଗଲରେ ଶୁକ୍ରବାର ଭାଲୁ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ସମରସିଂ ଗ୍ରାମର ରବି ରଣା(୩୦), ନକୁଳ ମାଝି (୫୮) ଓ ରତନ ମାଝି (୬୨)। ଆହତମାନେ ହେଲେ ପରମେଶ୍ୱର ମାଝି(୫୦) ଓ କୁନା ମାଝି(୩୨)।

ଶୁକ୍ରବାର ସକାଳୁ ସେମାନେ ଉକ୍ତ ଜଙ୍ଗଲକୁ ଜାଳେଣି ସଂଗ୍ରହ କରିବାକୁ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ଘରକୁ ନ ଫେରିବାରୁ ପରିବାର ଲୋକେ ଗ୍ରାମବାସୀଙ୍କ ସହାୟତାରେ ଖୋଜାଖୋଜି କରିଥିଲେ। ଖୋଜିବା ସମୟରେ ଗ୍ରାମବାସୀ ୩ ଜଣଙ୍କ ମୃତଦେହ ଠାବ କରିଥିଲେ। ଏହି ସମୟରେ ଏକ ଭାଲୁ ଅତର୍କିତ ଭାବେ ଗ୍ରାମବାସୀଙ୍କୁ ଆକ୍ରମଣ କରିଥିଲା। ଫଳରେ ସେମାନଙ୍କ ମଧ୍ୟରୁ ୨ଜଣ ଗୁରୁତର ହୋଇଥିଲେ। ଆତ୍ମରକ୍ଷା ପାଇଁ ଗ୍ରାମବାସୀ ମିଳିତ ଆକ୍ରମଣ କରିବାରୁ ଭାଲୁଟିର ମୃତ୍ୟୁ ଘଟିଛି।

ବନ ବିଭାଗ କର୍ମଚାରୀ ଶନିବାର ସକାଳେ ମୃତ ଭାଲୁକୁ ଉଦ୍ଧାର କରି ବନଖଣ୍ଡ କାର୍ଯ୍ୟାଳୟକୁ ଆଣିଥିଲେ। ଜିଲା ପ୍ରାଣୀ ଚିକିତ୍ସାଳୟ ଉପ ନିର୍ଦ୍ଦେଶକ ବସନ୍ତ କୁମାର ଧଳଙ୍କ ଉପସ୍ଥିତିରେ ଭାଲୁଟିର ବ୍ୟବଚ୍ଛେଦ କରାଯାଇଥିଲା। ପରେ କାର୍ଯ୍ୟାଳୟ ପରିସରରେ ମୃତ ଭାଲୁକୁ ପୋତି ଦିଆଯାଇଛି। ଭାଲୁର ବୟସ ୧୦ ବର୍ଷ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ମୃତକଙ୍କ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯାଇଛି। ଅନ୍ୟପକ୍ଷେ ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦିଆଯିବ ବୋଲି ବନଖଣ୍ଡ ଅଧିକାରୀ ସୁଶୀଲ କୁମାର ତ୍ରିପାଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri