Posted inଜାତୀୟ

ମସଜିଦ ସର୍ଭେ ସମୟରେ ହିଂସା: ପଥରମାଡ଼ରେ ୩ ମୃତ, ଇଣ୍ଟରନେଟ ବନ୍ଦ

ନୂଆଦିଲ୍ଲୀ,୨୪।୧୧: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ କରିଛନ୍ତି। ତିନି ମୃତକ ହେଉଛନ୍ତି ନୋମାନ, ବିଲାଲ ଏବଂ ନଇମ। ପୋଲିସ ସୂଚନା ଅନୁଯାୟୀ ଦୁଇ ମହିଳାଙ୍କ ସମେତ କିଛି ଲୋକଙ୍କୁ ଗିରଫ କରାଯାଇଛି। ମହିଳାମାନେ ଛାତ ଉପରୁ ପଥରମାଡ଼ କରିଥିଲେ।

ସ୍ଥାନୀୟ ଏସଆଇ କହିଛନ୍ତି ଯେ, ଘଟଣାସ୍ଥଳରେ ପ୍ରାୟ ୩୦୦ ଲୋକେ ଜମା ହୋଇଥିଲେ, ସେମାନଙ୍କ ପଛରେ ମଧ୍ୟ ଅନେକ ଲୋକ ଥିଲେ। ଏହି ଲୋକମାନେ ପୋଲିସକୁ ଟାର୍ଗେଟ କରିଥିଲେ। ଏଥିରେ ଏସଆଇ ଆହତ ହୋଇଛନ୍ତି।

ସୂଚନା ଅନୁସାରେ ଶନିବାର ସକାଳେ ହାଇକୋର୍ଟଙ୍କ ଆଦେଶ ପରେ ଏକ ଟିମ୍ ଜାମା ମସଜିଦ ସର୍ଭେ କରିବାକୁ ଆସିଥିଲେ। ଏତିକି ବେଳେ ସ୍ଥାନୀୟ ଲୋକେ ପଥରମାଦ ଆରମ୍ଭ କରିଦେଇଥିଲେ, ଯାହାପରେ ପୋଲିସ ଲୁହବୁହା ଗ୍ୟାସ ମାଡ଼ କରିଥିଲା। ଏହାପରେ ପ୍ରଦର୍ଶନକାରୀମାନେ କିଛି ସ୍ଥାନରେ ନିଆଁ ଲଗାଇ ପ୍ରତିବାଦ କରିଥିଲେ। ଏହି ସମୟରେ ପୋଲିସ ସହିତ ହିଂସାରେ ଏସପି ସମେତ ଅନେକ ପୋଲିସ ଅଧିକାରୀ ଆହତ ହୋଇଥିଲେ।

ଏହି ଘଟଣାରେ ଏସପି କୃଷ୍ଣ କୁମାର କହିଛନ୍ତି, ପଥରମାଡ଼ କରୁଥିବା ଲୋକମାନେ ପୋଲିସ ଗାଡ଼ିରେ ନିଆଁ ଲଗାଇ ଟାର୍ଗେଟ କରିବାକୁ ଚେଷ୍ଟା କରିଥିଲେ। ସେମାନଙ୍କ ବିରୋଧରେ ଏନଏସଏ ଲଗାଇ କାର୍ଯ୍ୟାନୁଷ୍ଠାନ କରାଯିବ। ଡ୍ରୋନ୍ ସାହାଯ୍ୟରେ ଘଟଣାର ଭିଡିଓଗ୍ରାଫି କରାଯାଇଛି। ଏଥିସହିତ ସିସିଟିଭି ସାହାଯ୍ୟରେ ସମସ୍ତଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri