କରୁଥିଲେ କେନାଲ କାମ: ପଡ଼ିଲା ବଜ୍ରପାତ

ନୀଳଗିରି,୧୨।୭:(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ବରହମପୁର ଥାନା ରାଇପାଳ ଅଞ୍ଚଳରେ ଏକ ଅଘଟଣ ଘଟିଛି। କେନାଲ କାମ ଚାଲିଥିବା ବେଳେ ଶନିବାର ବଜ୍ରପାତ ଘଟି ୩ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ବେଳେ ଜଣେ ଜେଶିବି ଅପରେଟର ବୋଲି ଜଣାପଡିଛି।

ମୃତକ ହେଲେ ନୀଳଗିରି ଉପଖଣ୍ଡ ବରହମପୁର ଥାନା ଅଧୀନ ଅଶୋକନାଳ ଗ୍ରାମର ମାମି ସିଂ(୩୦), ବଢେଇପଲା ଗ୍ରାମର ଆଲାମଣି ସିଂ(୫୦) ଓ ବସ୍ତା ଥାନା ଅଧୀନ ନଳବାହାର ଅଞ୍ଚଳର ଜେଶିବି ଅପରେଟର ଅଜିତ କୁମାର ହାଜିରା(୨୮)।

ମିଳିଥିବା ସୂଚନା ମୁତାବକ, ରାଇପାଳ ନିକଟରେ କେନାଲ କାର୍ଯ୍ୟ ଚାଲିଥିବା ବେଳେ ଶ୍ରମିକମାନେ ନିୟୋଜିତ ହୋଇଛନ୍ତି। ଶନିବାର ଅପରାହ୍ନରେ ହଠାତ ବର୍ଷା ହେବାରୁ ଶ୍ରମିକମାନେ ନିକଟସ୍ଥ କ୍ୟାମ୍ପକୁ ଚାଲି ଆସିଥିଲେ। ସେଠାରେ ୧୦ରୁ ଊଦ୍ଧର୍‌ବ ଶ୍ରମିକ ଛିଡ଼ା ହୋଇଥିବା ବେଳେ ହଠାତ ବଜ୍ରପାତ ଘଟିଥିଲା।

ଫଳରେ ୩ଜଣ ଶ୍ରମିକ ଚେତାଶୂନ୍ୟ ହୋଇପଡିଥିବା ବେଳେ ୨ଜଣ ଆହତ ହୋଇଥିଲେ। ସମସ୍ତଙ୍କୁ ବରହମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ୩ଜଣଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri