Posted inଜାତୀୟ

ପ୍ରଥମ ଦିନରେ ଅଯୋଧ୍ୟାରେ ୩ ଲକ୍ଷ ଭକ୍ତ

ଅଯୋଧ୍ୟା,୨୪।୧: ଅଯୋଧ୍ୟାର ଭବ୍ୟ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ସୋମବାର ସମ୍ପନ୍ନ ହେବା ପରେ ମଙ୍ଗଳବାର ସର୍ବସାଧାରଣଙ୍କ ଦର୍ଶନ ପାଇଁ ମନ୍ଦିର ଖୋଲାଯାଇଥିଲା। ପ୍ରଥମ ଦିନ ଅପରାହ୍ନ ସୁଦ୍ଧା ପାଖାପାଖି ୩ ଲକ୍ଷ ଭକ୍ତ ରାମଲାଲାଙ୍କୁ ଦର୍ଶନ କରିଥିବାବେଳେ ଆହୁରି ବହୁ ଭକ୍ତ ଲାଇନରେ ଅପେକ୍ଷା କରି ରହିଥିଲେ। ସୋମବାର ରାତି ୩ଟାରୁ ମନ୍ଦିର ମୁଖ୍ୟ ଗେଟ୍‌ ବାହାରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଲାଗିଥିଲା। କେବଳ ସ୍ଥାନୀୟ ଭକ୍ତ ନୁହନ୍ତି, ବିଭିନ୍ନ ରାଜ୍ୟ ଏପରିକି ବାହାର ଦେଶରୁ ମଧ୍ୟ ଶ୍ରଦ୍ଧାଳୁ ଭଗବାନ ରାମଙ୍କ ଦର୍ଶନ ପାଇଁ ଆସିଥିଲେ। ନିରବଚ୍ଛିନ୍ନ ଦର୍ଶନ ଲାଗି ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ମନ୍ଦିର ପରିସରରେ ସ୍ଥାନୀୟ ପ୍ରଶାସନର ସର୍ବୋଚ୍ଚ ଅଧିକାରୀମାନେ ଉପସ୍ଥିତ ଥିବାବେଳେ ସୁବିଧାରେ ଭକ୍ତଙ୍କୁ ଦର୍ଶନ କରାଇବା ପାଇଁ ୮,୦୦୦ରୁ ଊର୍ଦ୍ଧ୍ୱ ସୁରକ୍ଷା ଯବାନଙ୍କୁ ନିୟୋଜିତ କରାଯାଇଥିଲା। ଉତ୍ତରପ୍ରଦେଶର ପ୍ରମୁଖ ଗୃହ ସଚିବ ସଞ୍ଜୟ ପ୍ରସାଦ, ସ୍ବତନ୍ତ୍ର ଡିଜି (ଆଇନ ଶୃଙ୍ଖଳା) ପ୍ରଶାନ୍ତ କୁମାର ସ୍ଥିତି ଅନୁଧ୍ୟାନ ପାଇଁ ମନ୍ଦିର ପରିସରରେ ରହିଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ବିମାନ ଯୋଗେ ଅଯୋଧ୍ୟାରେ ପହଞ୍ଚତ୍ ରାମମନ୍ଦିରରେ ସ୍ଥିତି ସମୀକ୍ଷା କରିଥିଲେ। ସୋମବାର ଭବ୍ୟ ରାମମନ୍ଦିରରେ ପ୍ରଭୁ ରାମଲାଲାଙ୍କ ବିଗ୍ରହ ପ୍ରାଣ ପ୍ରତିଷ୍ଠା ସହ ଏକ ନବଯୁଗର ଅୟମାରମ୍ଭ ହେଲା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରକାଶ କରିଥିଲେ। ଏଥିସହ ଆଗାମୀ ୧,୦୦୦ ବର୍ଷ ପାଇଁ ଏକ ଶକ୍ତ, ଭବ୍ୟ ଓ ଦିବ୍ୟ ଭାରତର ମୂଳଦୁଆ ନିମନ୍ତେ ଦେଶବାସୀଙ୍କୁ ସେ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri