ଶିକ୍ଷୟିତ୍ରୀଙ୍କ ଚାକିରି ନିୟମିତ କରିବାକୁ ୩ ଲକ୍ଷ ଠକେଇ

ବ୍ରହ୍ମପୁର ଅଫିସ,୨୨ା୫: ରେଳ ବିଭାଗରେ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକିବା ଅଭିଯୋଗରେ ଗୋଷାଣି ନୂଆଗାଁ ପୋଲିସ ଦ୍ୱାରା ଗିରଫ ହୋଇ କାରାଗାରରେ ଥିବା ହିଲପାଟଣାର ଗଣେଷ ହୋତା ନାଁରେ ପୁଣି ଏକ ମାଲା ରୁଜୁ ହୋଇଛି। ଅଭିଯୁକ୍ତ ଗଣେଷ ଜଣେ ଶିକ୍ଷୟିତ୍ରୀଙ୍କ ଚାକିରି ନିୟମିତ କରାଇଦେବାକୁ ପ୍ରତିଶ୍ରୁତି ଦେଇ ତାଙ୍କଠାରୁ ୩ ଳକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ ନଂ. ୮୦/୨୨ରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଛି। ଏହି ମାମଲାକୁ ମିଶାଇ ଗୋଷାଣିନୂଆଗାଁ ପୋଲିସ ଗଣେଷ ନାଁରେ ମୋଟ ୪ ଠକେଇ ମାମଲା ରୁଜୁ କରିଛି। ହିଲପାଟଣାର ବିଦ୍ୟୁତ୍‌ଚନ୍ଦ୍ର ନାୟକଙ୍କ ସ୍ତ୍ରୀ ଜଣେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି। ତେବେ ତାଙ୍କ ଚାକିରି ନିୟମିତ ହୋଇ ନ ଥିଲା। ଏଭଳି ସ୍ଥିତିରେ ଅଭିଯୁକ୍ତ ଶିକ୍ଷୟିତ୍ରୀଙ୍କ ସଂସ୍ପର୍ଶରେ ଆସି ଚାକିରି ନିୟମିତ କରାଇଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ଗଣେଷଙ୍କ କଥାରେ ବିଶ୍ୱାସ କରି ଶିକ୍ଷୟିତ୍ରୀ ଜଣକ ୨୦୨୦ ଏପ୍ରିଲରେ ନଗଦ ୩ ଲକ୍ଷ ଟଙ୍କା ଦେଇଥିଲେ। ପରେ କରୋନା ମହାମାରୀ ଆସିଯାଇଥିଲା। ଆଉ ଗଣେଷ ବିଭିନ୍ନ ବାହାନା କରି ସମୟ ଗଡାଇ ଚାଲିଥିଲେ। କଟକଣା ହଟିବା ପରେ ମଧ୍ୟ ଶିକ୍ଷୟିତ୍ରୀଙ୍କ ଚାକିରି ନିୟମିତ ନ ହେବାରୁ ସେ ବାରମ୍ବାର ଅଭିଯୁକ୍ତଙ୍କୁ ପଚାରିଥିଲେ। ହେଲେ ଗଣେଷ ଏହାର ସନ୍ତୋଷଜନକ ଉତ୍ତର ନ ଦେବାରୁ ଶିକ୍ଷୟିତ୍ରୀ ଟଙ୍କା ମାଗିଥିଲେ। କିନ୍ତୁ ଟଙ୍କା ନ ମଳିବାରୁ ଠକେଇର ଶିବାର ହୋଇଥିବା ସେ ଜାଣିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri