ମିଶନ ଶକ୍ତି ଗ୍ରୁପ୍‌କୁ ବିନା ସୁଧରେ ୩ଲକ୍ଷ ଋଣ

ଭଞ୍ଜନଗର,୨୦।୧୧(ଡି.ଏନ.ଏ): ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଯୋଜନାର ସଫଳତା ଯୋଗୁ ମହିଳାମାନେ ଆଜି ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି । ସେମାନଙ୍କ ଆର୍ଥତ୍କ କ୍ଷେତ୍ରରେ ଆହୁରି ଉନ୍ନତି ଆଣିବା ପାଇଁ ମିଶନ ଶକ୍ତି ମାଧ୍ୟମରେ ଗଞ୍ଜାମ ଜିଲାରେ ୪୦ ହଜାର ସ୍ବୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ । ଉକ୍ତ କାର୍ଯ୍ୟକ୍ରମ ଶନିବାର ଭଞ୍ଜନଗର ବ୍ଲକରୁ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ୍‌ଲାଇନ ମାଧ୍ୟମରେ ଯୋଜନାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ସେ କହିଥିଲେ, ଜିଲାର ବର୍ତ୍ତମାନ ୧୬ ହଜାର ଗ୍ରୁପ୍‌କୁ ୪୨୫ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଛି । ଆସନ୍ତା ୪ମାସ ମଧ୍ୟରେ ଜିଲାର ସମସ୍ତ ୪୦ ହଜାରରୁ ଊର୍ଦ୍ଧ୍ୱ ଗ୍ରୁପ୍‌କୁ ଋଣ ପ୍ରଦାନ କରାଯିବ। ପର୍ଯ୍ୟାୟକ୍ରମେ ସମସ୍ତ ଗ୍ରୁପ୍‌କୁ ଋଣ ମିଳିବ। ୪ ହଜାର ମିଶନ ଶକ୍ତିର ସ୍ବତନ୍ତ୍ର ବିକାଶ ପାଇଁ ଚିହ୍ନଟ କରାଯାଇଛି। ସେମାନଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ଋଣ ପ୍ରଦାନ କରାଯିବ। ଗଞ୍ଜାମର ମିଶନ ଶକ୍ତି ମା’ମାନେ ଭଲ କାମ କରୁଛନ୍ତି। ମିଶନ ଶକ୍ତି ଆମର ମା’ ମାନଙ୍କୁ ନୂଆ ପରିଚୟ ଦେଇଛି। ବିକାଶର ଏକ ନୂଆ ଦିଗ ଆରମ୍ଭ କରିଛି । ଏହି ଆନ୍ଦୋଳନ ଆଗକୁ ଆହୁରି ଶକ୍ତିଶାଳୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଶନିବାର ଭଞ୍ଜନଗର ବ୍ଲକର ୫୩୭ ଗ୍ରୁପ୍‌କୁ ୧୪ କୋଟି ୧୩ଲକ୍ଷ ୯୫ ହଜାର ଟଙ୍କା ଋଣ ପ୍ରଦାନ କରାଯାଇଛି। ଏଥିସହ ନୂତନ ଭାବେ ଗଠିତ ହୋଇଥିବା ୩୭ ସ୍ବୟଂ ସହାୟକ ଗୋଷ୍ଠୀକୁ ଗ୍ରୁପ୍‌ ପିଛା ୧୫ ହଜାର ଟଙ୍କା ହିସାବରେ ୫ଲକ୍ଷ ୯୫ ହଜାର ଟଙ୍କା ସହାୟତା ରାଶି ଆବର୍ତ୍ତନ ପାଣ୍ଠି ଅନୁଦାନ ପ୍ରଦାନ କରାଯାଇଛି । ଉକ୍ତ ୫ଲକ୍ଷ ସମ୍ପୂର୍ଣ୍ଣ ଛାଡ଼ । ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ପଡ଼ିଆରେ ଅନୁଷ୍ଠିତ ଋଣ ପ୍ରଦାନ ମେଳାରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗ୍ରୁପଗୁଡ଼ିକୁ ଚେକ୍‌ ପ୍ରଦାନ କରିଥିଲେ। ଏଥିସହ ୬୬୯ଜଣଙ୍କୁ ବିଭିନ୍ନ ଯୋଜନାରେ ଭତ୍ତା ପ୍ରଦାନ କରିଥିଲେ। ଏହି ଅବସରରେ ବାଚସ୍ପତି ଆରୁଖ କହିଥିଲେ ମହିଳାମାନେ ସ୍ବାବଲମ୍ବୀ ହେଲେ ରାଜ୍ୟର ବିକାଶ ସମ୍ଭବପର । ତେଣୁ ମହିଳାମାନଙ୍କୁ ସଶକ୍ତୀକରଣ କରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ରାଜ୍ୟର ବିକାଶରେ ମହିଳାମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଏବଂ ପୌର ନିର୍ବାଚନରେ ମହିଳାମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି। ଧାନ ମଣ୍ଡି ପରିଚାଳନା ଏବଂ ପଞ୍ଚାୟତ ପୋଖରୀ ମାଛ ଚାଷ ଲିଜ୍‌ ପାଇଁ ଏସ୍‌ଏଚ୍‌ଜି ଗ୍ରୁପକୁ ପ୍ରାଧାନ୍ୟ ଦିଆଯାଉଛି ବୋଲି ବାଚସ୍ପତି ଆରୁଖ କହିଥିଲେ । ଆୟୋଜିତ ଉତ୍ସବରେ ବ୍ଲକ ଅଧ୍ୟକ୍ଷ ନରୀସଭା ନାୟକ ଅଧ୍ୟକ୍ଷତା କରିଥିଲେ। ବିଡିଓ ଶଶିଭୂଷଣ ମହାପାତ୍ର ସଭାକୁ ସଂଯୋଜନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଉପଜିଲାପାଳ ଜ୍ୟୋତି ଶଙ୍କର ରାୟ, ବ୍ଲକ ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପ୍ରଧାନ, ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଏନ୍‌ଏସି ଉପାଧ୍ୟକ୍ଷା ଶୁଭଶ୍ରୀ ଦାସ, ଏମ୍‌ପି ପ୍ରତିନିଧି ଦିବାକର ନାୟକ, ପଞ୍ଚାନନ ପାଳ ପ୍ରମୁଖ ମଞ୍ଚାସୀନ ଥିଲେ । ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମକୁ ଶୂଳପାଣି ଶତପଥୀ ସଂଯୋଜନା କରିଥିଲେ। ଏହି ଅବସରରେ ମିଶନ ଶକ୍ତି ମହିଳାମାନଙ୍କ ଦ୍ୱାରା ପ୍ରସ୍ତୁତ ଜିନିଷର ବିକ୍ରି ପାଇଁ ବିଭିନ୍ନ ଷ୍ଟଲ ଖୋଲିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri