୨୦୨୫ରେ ଲାଗୁ ହେବ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା: ଜାଣନ୍ତୁ କେଉଁ ଶ୍ରେଣୀର ଛାତ୍ରୀଛାତ୍ର ହେବେ ସାମିଲ

ଭୁବନେଶ୍ୱର,୫।୯: ୨୦୨୫ରୁ ରାଜ୍ୟରେ ଲାଗୁ ହେବ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା। ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରୀଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା । କ୍ୟାବିନେଟର ନିଷ୍ପତ୍ତି ନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୁରୁବାର ଏହି ସୂଚନା ଦେଇଛନ୍ତି।

ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ୧୫୬ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଯୋଜନାରେ ୩ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେବେ । ଅଷ୍ଟମରୁ ନବମ ଓ ଦଶମରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶ ଶ୍ରେଣୀକୁ ଯାଇଥିବା ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ଡ୍ରପ ଆଉଟ ରୋକିବାକୁ ମୋହନ ସରକାର ଏହି ନୂଆ ଯୋଜନା କାର୍ଯ୍ୟକାରୀ କରିବେ।

ଅନ୍ୟପକ୍ଷେ ଗୃହରେ ରାଜ୍ୟରେ ବଜ୍ରପାତ ମୃତ୍ୟୁକୁ ଉପରେ ଆଲୋଚନା ହୋଇଥିଲା। ଓଡ଼ିଶା ଦେଶରେ ବଜ୍ରପାତ ମୃତ୍ୟୁକୁ ନେଇ ଆଗରେ ରହଛି। ଗତ ୫ ବର୍ଷରେ ୧୧୦୩ ଜଣଙ୍କ ବଜ୍ରପାତରେ ମୃତ୍ୟୁ ଘଟିଥିବା ସୂଚନା ମଳିଛି। ଉତ୍ତରପ୍ରଦେଶ ଭଳି ବଡ଼ ରାଜ୍ୟ ହୋଇ ବି ସେଠାରେ ବଜ୍ରପାତ ଜନିତ ମୃତ୍ୟୁ ଗତ ୫ ବର୍ଷରେ ମାତ୍ର ୫୪୨ । ସୁନ୍ଦରଗଡ଼, କେନ୍ଦୁଝର ଓ ବାଲେଶ୍ବରରେ ଅନ୍ୟ ଜିଲା ତୁଲାନାରେ ବଜ୍ରପାତ ମୃତ୍ୟୁ ସଂଖ୍ୟା ଅଧିକ ରହିଛି।

ଗବେଷଣା ଅନୁଯାୟୀ ଓଡ଼ିଶାରେ ଖଣିଜ ପଦାର୍ଥ ଭରପୂର ଥିବାରୁ ବଜ୍ରପାତ ଅଧିକ ହେଉଛି । ଆଜି ଯାଏ କୌଣସି ଜ୍ଞାନ କୌଶଳ ଆସି ନାହିଁ ଯେ, ନିଦ୍ଦିଷ୍ଟ କେଉଁ ସ୍ଥାନରେ ବଜ୍ରପାତ ହେବ। ଗତ ୫ ବର୍ଷରେ ଝାରସୁଗୁଡ଼ାରେ ୭୨ ଓ ବଲାଙ୍ଗୀରରେ ୫୫ ଜଣଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ବଜ୍ରପାତ ଜନିତ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦେଉଛନ୍ତି ସରକାର । ବଜ୍ରପାତ ପ୍ରସଙ୍ଗରେ ଗୃହରେ ଏହି ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri