୨୦୨୫ରେ ଲାଗୁ ହେବ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା: ଜାଣନ୍ତୁ କେଉଁ ଶ୍ରେଣୀର ଛାତ୍ରୀଛାତ୍ର ହେବେ ସାମିଲ

ଭୁବନେଶ୍ୱର,୫।୯: ୨୦୨୫ରୁ ରାଜ୍ୟରେ ଲାଗୁ ହେବ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା। ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରୀଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା । କ୍ୟାବିନେଟର ନିଷ୍ପତ୍ତି ନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୁରୁବାର ଏହି ସୂଚନା ଦେଇଛନ୍ତି।

ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ୧୫୬ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଯୋଜନାରେ ୩ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେବେ । ଅଷ୍ଟମରୁ ନବମ ଓ ଦଶମରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶ ଶ୍ରେଣୀକୁ ଯାଇଥିବା ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ଡ୍ରପ ଆଉଟ ରୋକିବାକୁ ମୋହନ ସରକାର ଏହି ନୂଆ ଯୋଜନା କାର୍ଯ୍ୟକାରୀ କରିବେ।

ଅନ୍ୟପକ୍ଷେ ଗୃହରେ ରାଜ୍ୟରେ ବଜ୍ରପାତ ମୃତ୍ୟୁକୁ ଉପରେ ଆଲୋଚନା ହୋଇଥିଲା। ଓଡ଼ିଶା ଦେଶରେ ବଜ୍ରପାତ ମୃତ୍ୟୁକୁ ନେଇ ଆଗରେ ରହଛି। ଗତ ୫ ବର୍ଷରେ ୧୧୦୩ ଜଣଙ୍କ ବଜ୍ରପାତରେ ମୃତ୍ୟୁ ଘଟିଥିବା ସୂଚନା ମଳିଛି। ଉତ୍ତରପ୍ରଦେଶ ଭଳି ବଡ଼ ରାଜ୍ୟ ହୋଇ ବି ସେଠାରେ ବଜ୍ରପାତ ଜନିତ ମୃତ୍ୟୁ ଗତ ୫ ବର୍ଷରେ ମାତ୍ର ୫୪୨ । ସୁନ୍ଦରଗଡ଼, କେନ୍ଦୁଝର ଓ ବାଲେଶ୍ବରରେ ଅନ୍ୟ ଜିଲା ତୁଲାନାରେ ବଜ୍ରପାତ ମୃତ୍ୟୁ ସଂଖ୍ୟା ଅଧିକ ରହିଛି।

ଗବେଷଣା ଅନୁଯାୟୀ ଓଡ଼ିଶାରେ ଖଣିଜ ପଦାର୍ଥ ଭରପୂର ଥିବାରୁ ବଜ୍ରପାତ ଅଧିକ ହେଉଛି । ଆଜି ଯାଏ କୌଣସି ଜ୍ଞାନ କୌଶଳ ଆସି ନାହିଁ ଯେ, ନିଦ୍ଦିଷ୍ଟ କେଉଁ ସ୍ଥାନରେ ବଜ୍ରପାତ ହେବ। ଗତ ୫ ବର୍ଷରେ ଝାରସୁଗୁଡ଼ାରେ ୭୨ ଓ ବଲାଙ୍ଗୀରରେ ୫୫ ଜଣଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ବଜ୍ରପାତ ଜନିତ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦେଉଛନ୍ତି ସରକାର । ବଜ୍ରପାତ ପ୍ରସଙ୍ଗରେ ଗୃହରେ ଏହି ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ବାଇକ୍‌ରେ କାମକୁ ଯାଉଥିଲେ ଯୁବକ, ଧକ୍କା ଦେଲା ଟ୍ରାକ୍ଟର: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?