୩ ଗାଡ଼ି ଧକ୍କା: ୧୩ ମୃତ-୨୦ ଆହତ…

ଇସଲାମାବାଦ,୨୫।୨ : ପାକିସ୍ତାନର ପଞ୍ଜାବ ପ୍ରଦେଶର ମୁଲତାନ-ସୁକୁର ମୋଟରୱେରେ ତିନି ଗାଡି ଧକ୍କାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ଖବର ମିଳିଛି। ଶନିବାର ଉଦ୍ଧାର ଅଧିକାରୀ ଏହି ସୂଚନା ଦେଇଛନ୍ତି।

ଅଧିକାରୀ କହିଛନ୍ତି ଯେ ଶୁକ୍ରବାର ରାତିରେ ରହୀମ ୟାର ଖାନ ଟାଉନ ନିକଟରେ ଏକ ଏସୟୁଭି ଏକ ବସକୁ ଧକ୍କା ଦେଇଥିଲା। ପରେ ଟାୟାର ଫାଟିବା ପରେ କାରଟି ଓଲଟି ପଡିବାରୁ ଏହା ଅନ୍ୟ ଏକ ଭ୍ୟାନ ସହିତ ମୁହାଁମୁହିଁ ଧକ୍କା ହେବା ଫଳରେ ଲୋକଙ୍କର ମୃତ୍ୟୁ ଘଟିଥିଲା।

ପୋଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତ ଓ ଆହତମାନଙ୍କୁ ଲାହୋରଠାରୁ ପ୍ରାୟ ୫୦୦ କିଲୋମିଟର ଦୂରରେ ଥିବା ରହୀମ ୟାର ଖାନସ୍ଥିତ ଶେଖ ଜାଏଦ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ଅଧିକାରୀଙ୍କ କହିବାନୁସାରେ, ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଅଧିକାରୀ କହିଛନ୍ତି ଯେ ଦୁର୍ଘଟଣାର କାରଣ ପୋଲିସ ଅନୁସନ୍ଧାନ କରୁଛି।

ପଞ୍ଜାବ ପ୍ରଦେଶର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ମୋହସିନ ନାକଭି ଏହି ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଆହତମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବାକୁ ସେ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦୁର୍ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଏକ ରିପୋର୍ଟ ମାଗିଛନ୍ତି।

ଏକ ସପ୍ତାହ ମଧ୍ୟରେ ପଞ୍ଜାବ ପ୍ରଦେଶରେ ଏହା ହେଉଛି ଦ୍ୱିତୀୟ ଦୁର୍ଘଟଣା। ସପ୍ତାହକ ପୂର୍ବରୁ ପଞ୍ଜାବର ରାୱଲପିଣ୍ଡି ଡିଭିଜନର କଲର କହାର ଅଞ୍ଚଳରେ ଏକ ବସ ଦୁର୍ଘଟଣାରେ ୬ଜଣ ମହିଳାଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬୦ ରୁ ଅଧିକ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?