ବିଜେଡିର ପରାଜୟ ପାଇଁ ୩ ନେତା ଦାୟୀ: ମୁହଁ ଖୋଲିଲେ ବରିଷ୍ଠ ନେତା

ଭୁବନେଶ୍ୱର,୯।୮(ଅନିଲ ଦାସ):ଗତ ନିର୍ବାଚନରେ ବିଜେଡିର ପରାଜୟର ପ୍ରାୟ ୨ମାସ ପରେ ଦଳୀୟ କାର୍ଯ୍ୟକ୍ରମର ତଦାରଖ ପାଇଁ ଦେବୀ ମିଶ୍ରଙ୍କ ନେତୃତ୍ୱରେ ବରିଷ୍ଠ ନେତାମାନଙ୍କୁ ନେଇ ୧୫ ଜଣିଆ ସମନ୍ବୟ କମିଟି ଗଠନ କରାଯାଇଛି। ଗୁରୁବାର ଶଙ୍ଖଭବନଠାରେ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି କମିଟିର ପ୍ରଥମ ବୈଠକ ବସିଥିଲା। ଏଥିରେ ବରିଷ୍ଠ ନେତାମାନେ ଗତ ନିର୍ବାଚନ ପରିଚାଳନାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଥିଲେ। ନାଁ ନ ନେଇ ଦଳର ମଙ୍ଗ ଧରିଥିବା ୩ ଜଣ ନେତାଙ୍କୁ କଡ଼ା ସମାଲୋଚନା କରିଥିବା ସୂଚନା ମିଳିଛି। ସେମାନେ ଅଭିଯୋଗ କରିଥିଲେ ଯେ, ଏହି ୩ ଜଣଙ୍କ ପାଇଁ ଦଳ ନିର୍ବାଚନରେ କ୍ଷତି ସହିଲା । ଦଳରେ ଆଉ ଜିଲା ପର୍ଯ୍ୟବେକ୍ଷକ ଦରକାର ନାହିଁ ବୋଲି ପ୍ରସ୍ତାବ ଦେଇଛନ୍ତି। ବରିଷ୍ଠ ନେତା ପ୍ରଦୀପ ଅମାତ ମଧ୍ୟ ସଙ୍ଗଠନର ପରିଚାଳନାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଥିଲେ। କାହା ନାଁ ନନେଇ ସେ ସଙ୍ଗଠନ ମନଇଚ୍ଛା ଚାଲିଥିବା କହିଥିଲେ। ପଶ୍ଚିମ ଓଡ଼ିଶାରୁ ରାଜ୍ୟ ସଭା କିଏ ଯିବେ ସେନେଇ କାହାସହ ପରାମର୍ଶ କରାଯାଉ ନ ଥିଲା। ଏପରିକି କିଏ ବିଧାୟକ ପ୍ରାର୍ଥୀ ହେବେ ତାହା ବି ବରିଷ୍ଠ ନେତାମାନଙ୍କ ସହ ବିଚାରବିମର୍ଶ କରାଗଲାନି। ଦଳରେ ଆଉ କାହାରି ଆବଶ୍ୟକତା ନାହିଁ। ନବୀନ ପଟ୍ଟନାୟକ ନିଜେ ଏକା ସବୁ ବୁଝନ୍ତୁ ବୋଲି ବୈଠକରେ ପ୍ରସ୍ତାବ ଦେଇଥିବା ସୂଚନା ମିଳିଛି। ସେହିପରି ବରିଷ୍ଠ ନେତ୍ରୀ ସେହ୍ନାଙ୍ଗିନୀ ଛୁରିଆ ଦଳର ପରାଜୟ ପାଇଁ ମନମୁଖି ନିଆଯାଇଥିବା ନିଷ୍ପତ୍ତିକୁ ଦାୟୀ କରିଥିଲେ।
ସେହିପରି ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁ ତୁରନ୍ତ ଦଳର ଯୁବ, ଛାତ୍ର ଓ ମହିଳା ସଙ୍ଗଠନକୁ ସୁଦୃଢ଼ କରାଯାଉ ବୋଲି କହିଛନ୍ତି । ସମସ୍ତ ଜିଲା କମିଟିକୁ ପୁନର୍ଗଠନ ଓ ୬ଟି ଜୋନାଲ କମିଟି ଗଠନ କରିବାକୁ ପ୍ରସ୍ତାବ ଦେବା ସହ ସଙ୍ଗଠନର ପରିଚାଳନାକୁ ନେଇ ମଧ୍ୟ ଅସନ୍ତୋଷ ବ୍ୟକ୍ତ କରିଥିବା ସୂଚନା ମିଳିଛି।
ବିଧାୟକ ପ୍ରତାପ କେଶରୀ ଦେବ ଦଳର ବିପର୍ଯ୍ୟୟ କାହିଁକି ହେଲା ତା’ର କାରଣ ସମସ୍ତଙ୍କୁ ଜଣାଅଛି। ସେ ବିଷୟରେ ଅଧିକ ଆଲୋଚନା ନ କରି ଆଗକୁ ବଢ଼ିବା ପାଇଁ ସେ ପରାମର୍ଶ ଦେଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?