ନବୀନଙ୍କୁ ବଡ଼ ଝଟକା: ଗୋଟିଏ ଦିନରେ ବିଜେଡି ଛାଡ଼ିଲେ ୩ ନେତା, ରାଜନୀତିରେ ହଇଚଇ

କଟକ,୪।୬(ଶିଳ୍ପା ପ୍ରିୟଦର୍ଶିନୀ): ୨୦୨୪ ମେ’ରୁ ୨୦୨୬ ମେ’ ମଧ୍ୟରେ ବିଜେଡିର ବହୁ ବରିଷ୍ଠ ନେତା ଦଳ ଛାଡ଼ିଛନ୍ତି। ଏଥିରେ କଟକର ବହୁ ପୁରୁଖା ନେତା ରହିଛନ୍ତି। ପୂର୍ବରୁ ଯୁବଛାତ୍ର ନେତାମାନେ ସମୂହ ଇସ୍ତଫା ଦେଇଥିବାବେଳ ନିକଟରେ ପୂର୍ବତନ ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ ମଧ୍ୟ ଦଳରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫା ଦୌଡରେ ବୁଧବାର ଆଉ ୩ଜଣ ସାମିଲ ହୋଇଛନ୍ତି। ସେମାନେ ହେଲେ ପୂର୍ବତନ ଡେପୁଟି ମେୟର ତଥା ପୂର୍ବତନ ବିଜେଡି କଟକ ନଗର ସଭାପତି ମଧୁସୂଦନ ସାହୁ, ବିଜେଡି ରାଜ୍ୟ ସମ୍ପାଦକ ଜ୍ଞାନେନ୍ଦ୍ର ଗିରି ଗୋସ୍ବାମୀ ଓ ପୂର୍ବତନ କର୍ପୋରେଟର ତଥା ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ କଟକ ସିଟି ସଂଯୋଜକ ଡ. ରଞ୍ଜନ ବିଶ୍ୱାଳ। ସେମାନେ ଇସ୍ତଫା ପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ବିଜେଡି ପାଇଁ ନିଷ୍ଠାର ସହ କାର୍ଯ୍ୟ କରିଥିବାବେଳେ ଦଳ ସେମାନଙ୍କୁ କୋଣଠେସା କରିବା ସହ ଅଣଦେଖା କରୁଥିଲା। ମୁଖ୍ୟତଃ କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ଦୋଷ ଦେବା ସହ ଠିକ୍‌ ଭାବେ ଦଳ ପରିଚାଳନା ହେଉ ନ ଥିବା ନେଇ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ତେବେ କଟକରେ ବିଜେଡି ସ୍ଥିତି ଠିକ୍‌ ନ ଥିବାବେଳେ ଏଭଳି ପୁରୁଖା ନେତାଙ୍କ ସହ କର୍ମୀମାନେ ଦଳ ଛାଡ଼ିବା ଦଳ ପାଇଁ ସ୍ଥିତି ଟଳମଳ ହେଉଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri