ଗଞ୍ଜାମ, ରାୟଗଡ଼ାରେ ଗଲା ୩ ଜୀବନ

ଭଞ୍ଜନଗର(ଡି.ଏନ.ଏ)/ ରାୟଗଡ଼ା(ସ୍ବ.ପ୍ର.), ୨୯।୧:ଗଞ୍ଜାମ ଏବଂ ରାୟଗଡ଼ା ଜିଲାର ପୃଥକ୍‌ ସ୍ଥାନରେ ଶନିବାର ସଡ଼କ ଦୁର୍ଘଟଣା ଘଟି ୩ ଜୀବନ ଯାଇଛି। ଅନ୍ୟ ୫ଜଣ ଗୁରୁତର ହୋଇଛନ୍ତି।
ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋଲାପଡ଼ାର ଧାନ ବ୍ୟବସାୟୀ ଭୋଳା ପ୍ରଧାନ ଏବଂ କଣ୍ଟାଡୋରର ଲୋକନାଥ ସ୍ବାଇଁ କୌଣସି କାର୍ଯ୍ୟରେ ବାଇକ୍‌ରେ ଭଞ୍ଜନଗର ଆସି ସନ୍ଧ୍ୟା ସାଢ଼େ ୭ଟାରେ ଘରକୁ ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଅନ୍ୟ ଏକ ବାଇକ୍‌ରେ ଆସୁଥିବା ବାଉଁଶଲୁଣ୍ଡିର ଚନ୍ଦନ ନାୟକ, ଅବିନାଶ ପ୍ରଧାନ, କ୍ଷେତ୍ରାନନ୍ଦ ସାହୁଙ୍କ ମଧ୍ୟରେ ମୁହଁାମୁହିଁ ଧକ୍କା ହୋଇଥିଲେ। ଠିକ୍‌ ଏତିକିବେଳେ ଭଞ୍ଜନଗରରୁ ଦଶପଲ୍ଲା ଅଭିମୁଖେ ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରକ ଭୋଳା ଏବଂ ଲୋକନାଥଙ୍କୁ ବାଇକ୍‌ ସହ ଘୋଷାଡ଼ି ନେଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ପରେ ଡ୍ରାଇଭର ଫେରାର୍‌ ହୋଇଯାଇଛନ୍ତି। ପୋଲିସ ଗୁରୁତର ୩ ଯୁବକଙ୍କୁ ପ୍ରଥମେ ଭଞ୍ଜନଗର ମେଡିକାଲ ଓ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।
ସେହିପରି ରାୟଗଡ଼ା ସଦର ବ୍ଲକ ତଳ ସାଙ୍କେଶ ନିକଟରେ ଟ୍ରକ୍‌ ଧକ୍କାରେ ଅଟୋରିକ୍ସା ଓଲଟି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ତୁଳସୀ ମିଣିଆକା (୨୨)। ବୁଚି ସାରକା (୨୨) ଏବଂ ରାଇମତି କୁଲେଶିକା (୨୩) ଗୁରୁତର ହୋଇଛନ୍ତି। ଗୁମ୍ମା ପଞ୍ଚାୟତ କିଆପାଡ଼ୁ ଏବଂ ହାଲୁଆ ପଞ୍ଚାୟତ ଗୌଡ଼ ବୁଡ଼ାଗୁଡ଼ା ଗ୍ରାମର ୧୫ ଜଣ ଅଟୋରିକ୍ସାରେ ରାୟଗଡ଼ା ଅଭିମୁଖେ ଆସୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ ସହ ମୁହଁାମୁହିଁ ଧକ୍କା ହୋଇ ଏହି ଦୁର୍ଘଟଣା ଘଟିଥିଲା। ରାୟଗଡ଼ା ଏସ୍‌ଡିପିଓ ଦେବଜ୍ୟୋତି ଦାସ, ଟାଉନ ଥାନା ଅଧିକାରୀ ରଶ୍ମିରଞ୍ଜନ ପ୍ରଧାନ ପହଞ୍ଚତ୍ ମୃତାହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଟ୍ରକ୍‌ ଚାଳକ ଫେରାର ଥିବାବେଳେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri