ଗଞ୍ଜାମ, ରାୟଗଡ଼ାରେ ଗଲା ୩ ଜୀବନ

ଭଞ୍ଜନଗର(ଡି.ଏନ.ଏ)/ ରାୟଗଡ଼ା(ସ୍ବ.ପ୍ର.), ୨୯।୧:ଗଞ୍ଜାମ ଏବଂ ରାୟଗଡ଼ା ଜିଲାର ପୃଥକ୍‌ ସ୍ଥାନରେ ଶନିବାର ସଡ଼କ ଦୁର୍ଘଟଣା ଘଟି ୩ ଜୀବନ ଯାଇଛି। ଅନ୍ୟ ୫ଜଣ ଗୁରୁତର ହୋଇଛନ୍ତି।
ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋଲାପଡ଼ାର ଧାନ ବ୍ୟବସାୟୀ ଭୋଳା ପ୍ରଧାନ ଏବଂ କଣ୍ଟାଡୋରର ଲୋକନାଥ ସ୍ବାଇଁ କୌଣସି କାର୍ଯ୍ୟରେ ବାଇକ୍‌ରେ ଭଞ୍ଜନଗର ଆସି ସନ୍ଧ୍ୟା ସାଢ଼େ ୭ଟାରେ ଘରକୁ ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଅନ୍ୟ ଏକ ବାଇକ୍‌ରେ ଆସୁଥିବା ବାଉଁଶଲୁଣ୍ଡିର ଚନ୍ଦନ ନାୟକ, ଅବିନାଶ ପ୍ରଧାନ, କ୍ଷେତ୍ରାନନ୍ଦ ସାହୁଙ୍କ ମଧ୍ୟରେ ମୁହଁାମୁହିଁ ଧକ୍କା ହୋଇଥିଲେ। ଠିକ୍‌ ଏତିକିବେଳେ ଭଞ୍ଜନଗରରୁ ଦଶପଲ୍ଲା ଅଭିମୁଖେ ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରକ ଭୋଳା ଏବଂ ଲୋକନାଥଙ୍କୁ ବାଇକ୍‌ ସହ ଘୋଷାଡ଼ି ନେଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ପରେ ଡ୍ରାଇଭର ଫେରାର୍‌ ହୋଇଯାଇଛନ୍ତି। ପୋଲିସ ଗୁରୁତର ୩ ଯୁବକଙ୍କୁ ପ୍ରଥମେ ଭଞ୍ଜନଗର ମେଡିକାଲ ଓ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।
ସେହିପରି ରାୟଗଡ଼ା ସଦର ବ୍ଲକ ତଳ ସାଙ୍କେଶ ନିକଟରେ ଟ୍ରକ୍‌ ଧକ୍କାରେ ଅଟୋରିକ୍ସା ଓଲଟି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ତୁଳସୀ ମିଣିଆକା (୨୨)। ବୁଚି ସାରକା (୨୨) ଏବଂ ରାଇମତି କୁଲେଶିକା (୨୩) ଗୁରୁତର ହୋଇଛନ୍ତି। ଗୁମ୍ମା ପଞ୍ଚାୟତ କିଆପାଡ଼ୁ ଏବଂ ହାଲୁଆ ପଞ୍ଚାୟତ ଗୌଡ଼ ବୁଡ଼ାଗୁଡ଼ା ଗ୍ରାମର ୧୫ ଜଣ ଅଟୋରିକ୍ସାରେ ରାୟଗଡ଼ା ଅଭିମୁଖେ ଆସୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ ସହ ମୁହଁାମୁହିଁ ଧକ୍କା ହୋଇ ଏହି ଦୁର୍ଘଟଣା ଘଟିଥିଲା। ରାୟଗଡ଼ା ଏସ୍‌ଡିପିଓ ଦେବଜ୍ୟୋତି ଦାସ, ଟାଉନ ଥାନା ଅଧିକାରୀ ରଶ୍ମିରଞ୍ଜନ ପ୍ରଧାନ ପହଞ୍ଚତ୍ ମୃତାହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଟ୍ରକ୍‌ ଚାଳକ ଫେରାର ଥିବାବେଳେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri