ହାଇୱା ଟ୍ରକ ମାଡ଼ିଯିବାରୁ ଚାଲିଗଲା ୩ ଜୀବନ: କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ଦିଗପହଣ୍ଡି,୨୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନମ୍ବର ଜାତୀୟ ରାଜପଥର ମହାନଳା ଗ୍ରାମ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ନିକଟରେ ଏକ ହାଇୱା ଟ୍ରକ(ନଂ.ଓଡି୦୫ଏଫ-୯୦୦୧) ମାଡ଼ି ଯିବାରୁ ଦିଗପହଣ୍ଡିର ୩ଜଣ ବାଇକ୍‌ ଆରୋହୀ ଏମ୍‌. ଅଶ୍ୱିନୀ କୁମାର ଦୋରା, କେ. ବାଳକୃଷ୍ଣ ରେଡ୍ଡୀ ଏବଂ ପନ୍ଦରା ସାହିଶର ସରୋଜ କୁମାର ବେହେରା ଓରଫ କାଳିଆଙ୍କ ମୃତ୍ୟୁ ଘଟିଛି।

ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପରେ ଦିଗପହଣ୍ଡିରେ ପହଞ୍ଚିବା ପରେ ସ୍ଥାନୀୟ ପୁଞ୍ଜିକଂୟା ଚାରି ଛକରେ ପରିବାର ଏବଂ ସମ୍ପର୍କୀୟ ଲୋକଙ୍କ ଉପସ୍ଥିତିରେ ବହୁ ସଂଖ୍ୟକ ଯୁବକ ଛକର ୩ ଦିଗରେ ମୃତଦେହ ରଖି ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ।

ଫଳରେ ଦିଗପହଣ୍ଡି- ଚିକିଟି, ଦିଗପହଣ୍ଡି-ଆସିକା, ଦିଗପହଣ୍ଡି-ରାୟଗଡ଼ା ଏବଂ ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ଥିଲା। ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ସନ୍ତୋଷ କୁମାର ସାହୁ, ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିଥିଲେ।

ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ଶୋକ ପ୍ରକାଶ କରିବା ସହ ପ୍ରତି ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିଥିବା ନେଇ ଲୋକଙ୍କୁ ବୁଝାଇଥିଲେ ମଧ୍ୟ ଆନ୍ଦୋଳନକାରୀମାନେ ଗଞ୍ଜାମ ଜିଲାପାଳ କିମ୍ବା ଉପଜିଲାପାଳ ଘଟଣାସ୍ଥଳକୁ ଆସି ୪୦ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ ଘୋଷଣା କଲେ ହିଁ ରାସ୍ତା ଅବରୋଧ ପ୍ରତ୍ୟାହୃତ ହେବ ବୋଲି ନିଜ ଜିଦ୍‌ରେ ଅଟଳ ରହିଛନ୍ତି। ଫଳରେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଅନ୍ୟପକ୍ଷେ ଘଟଣାସ୍ଥଳରେ ଆନ୍ଦୋଳନ ଜାରି ରହିଛି।

ଏନେଇ ବ୍ରହ୍ମପୁର-ଭାୟା ଦିଗପହଣ୍ଡି ଦେଇ ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ମାଲକାନଗିରି ସମେତ ଛତିଶଗଡ଼, ମଧ୍ୟପ୍ରଦେଶ ଓ ଆନ୍ଧ୍ରପ୍ରଦେଶ ଯାଉଥିବା ଯାନବାହନ ଅଟକି ରହିଥିବାରୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri