ଠକେଇ ଅଭିଯୋଗରେ ପରିବାରର ୩ ଗିରଫ

ଅନୁଗୋଳ ଅଫିସ, ୨୯ା୧୦: ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ବ୍ୟାଙ୍କରୁ ଘର ପାଇଁ ୧୦ ଲକ୍ଷ ଟଙ୍କା ଋଣ ନେଇ ଠକେଇ କରିଥିବା ଅଭିଯୋଗରେ ଗୋଟିଏ ପରିବାରର ୩ ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ତାଳଚେର ଥାନା ରେମୁଆ ଗ୍ରାମର ହରିହର ବସନ୍ତରା(୫୯), ତାଙ୍କ ପୁଅ ଦିଲୀପ ବସନ୍ତରା(୩୭) ଓ ବୋହୂ। ୨୦୧୭ ନଭେମ୍ବର ୧୪ରେ ବ୍ୟାଙ୍କ ପକ୍ଷରୁ ଅନୁଗୋଳ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ପୋଲିସ ନଂ. ୬୫୯/୧୭ରେ ମାମଲା ରୁଜୁ କରିଥିଲେ ବି ୫ ବର୍ଷ ପରେ ତଦନ୍ତ କରି ଅଭିଯୁକ୍ତଙ୍କ ନିକଟରେ ପହଞ୍ଚିପାରିଛି।
ପୋଲିସ କହିଛି, ୨୦୧୦ ମସିହାରେ ହରିହର ପ୍ରଥମେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ୫ ଲକ୍ଷ ଟଙ୍କା ଗୃହ ନିର୍ମାଣ ପାଇଁ ଋଣ ନେଇଥିଲେ। ଏଥିନିମନ୍ତେ ସେ କିଛି କାଗଜପତ୍ର ବ୍ୟାଙ୍କରେ ଜମା ଦେଇଥିଲେ। କିନ୍ତୁ ଉକ୍ତ ଟଙ୍କାରେ ଘର ନ କରି ମଉଜ କରିଥିଲେ। ପରେ ୨୦୧୪ ମସିହାରେ ଜରାସିଂହାସ୍ଥିତ ଡିସିବି ବ୍ୟାଙ୍କରେ ସମାନ କାଗଜପତ୍ର ଦେଇ ୧୦ ଲକ୍ଷ ଟଙ୍କା ଋଣ କରିଥିଲେ। ହରିହର ତାଳଚେର ରେମୁଆ ମୌଜାର ପ୍ଲଟ ନଂ .ଏନ୍‌ ୩୯୨ ଓ ଖାତା ନଂ. ୩୯୬/୭୯୫କୁ ବ୍ୟାଙ୍କରେ ବନ୍ଧକ ଦେଇଥିଲେ। ଏପରି କି ପୁଅ ଓ ବୋହୂଙ୍କୁ ଗ୍ୟାରେଣ୍ଟର ଭାବେ ଦର୍ଶାଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ଋଣ ପରିଶୋଧ ନ କରିବାରୁ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସନ୍ଦେହ ହୋଇଥିଲା। କାଗଜପତ୍ର ତନଖି ବେଳେ ହରିହର ପୂର୍ବରୁ ୨୦୧୦ ମସିହାରେ ସେହି କାଗଜପତ୍ର ଦେଇ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ୫ ଲକ୍ଷ ଟଙ୍କା ଋଣ ନେଇଥିବା ଜଣାପଡ଼ିଥିଲା। ତେଣୁ ଠକେଇ ନେଇ ତତ୍‌କାଳୀନ ମ୍ୟାନେଜର ବିଶ୍ୱଜିତ୍‌ ସାମଲ ୨୦୧୭ରେ ଅନୁଗୋଳ ଥାନାର ଦ୍ୱାରସ୍ଥ ହୋଇଥିଲେ। ଏହି ଘଟଣାରେ ପୋଲିସ ମାମଲା ରୁଜୁ କରି ଚୁପ୍‌ ହୋଇ ବସିଯାଇଥିଲା। ଦୀର୍ଘ ୫ ବର୍ଷ ପୋଲିସ ଖୋଳତାଢ଼ କରି ହରିହରଙ୍କୁ ଗିରଫ କରିଛି। ଏଥିସହ ଗ୍ୟାରେଣ୍ଟର ଥିବା ପୁଅ ଦିଲୀପ ଓ ବୋହୂଙ୍କୁ ମଧ୍ୟ ଗିରଫ କରିଥିବା ଅନୁଗୋଳ ଥାନା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ଘଟଣାରେ ଅଧିକ ତଦନ୍ତ ଏସ୍‌ଆଇ ଶଶିଭୂଷଣ ବେହେରା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri