ଆଜି ପ୍ରକାଶ ପାଇବ +୩ ନାମଲେଖା ମେଧା ତାଲିକା

ଭୁବନେଶ୍ୱର,୧୨ା୬(ସୁଚିସ୍ମିତା ସାହୁ): +୩ ନାମଲେଖା ପାଇଁ ମେଧା ତାଲିକା ଗୁରୁବାର ପ୍ରକାଶ ପାଇବ। ପ୍ରଥମ ପର୍ଯ୍ୟାୟରେ ୪ଟି ରାଉଣ୍ଡ୍‌ରେ ନାମ ଲେଖାଯିବ। ଏଥିପାଇଁ ଚୟନ ହୋଇଥିବା ଛାତ୍ରୀଛାତ୍ର ୧୨ରୁ ୧୭ତାରିଖ ମଧ୍ୟରେ ନାମଲେଖା ଫି’ ଜମା କରିବା ସହ ନାମଲେଖାଇ ପାରିବେ। ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ୨୨ ତାରିଖରେ ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୨୫ ତାରିଖ ମଧ୍ୟରେ ଫି’ ଜମା କରି ନାମଲେଖାଇ ପାରିବେ। ସେହିପରି ଜୁଲାଇ୧ରେ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ ଓ ଚୟନ ହୋଇଥିବା ଛାତ୍ରୀଛାତ୍ର ୪ ତାରିଖ ସୁଦ୍ଧା ନାମଲେଖା ଫି’ ଜମା ସହ ନାମଲେଖାଇବେ। ଏହାପରେ ବଳକା ସିଟ୍‌ରେ ନାମଲେଖା ପାଇଁ ଚତୁର୍ଥ ପର୍ଯ୍ୟାୟ ଆବେଦନ ହେବ। ଏଥିପାଇଁ ପିଲାମାନେ ଜୁଲାଇ ୭ରୁ ୧୦ ତାରିଖ ମଧ୍ୟରେ ଅନ୍‌ଲାଇନ୍‌ ଆବେଦନ କରିବେ। ୧୨ ତାରିଖରେ ଇ-ସ୍ପେସ୍‌ରେ ମେଧା ତାଲିକା ପ୍ରକାଶ ପାଇବ ଓ ୧୩ ତାରିଖରେ ଚୟନ ହୋଇଥିବା ଉଚ୍ଚଶିକ୍ଷାନୁଷ୍ଠାନର ନୋଟିସ୍‌ ବୋର୍ଡରେ ତାଲିକା ପ୍ରକାଶ ପାଇବ। ସେମାନେ ୧୪ରେ ନାମଲେଖା ଫି’ ଜମା କରିବା ସହ ୧୫ରେ ନାମଲେଖାଇବେ। ଜୁଲାଇ ୧୦ରୁ +୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଚୟନ ହୋଇଥିବା କଲେଜରେ ପଢ଼ିବା ପାଇଁ ଆଗ୍ରହୀ ଥିଲେ ଛାତ୍ରୀଛାତ୍ରମାନେ ଫ୍ରିଜ୍‌ ଅପସନ୍‌ ଦେବେ। ଅନ୍ୟଥା ସ୍ଲାଇଡ୍‌ ବା ଫ୍ଲଟ୍‌ ଅପସନ୍‌ ଦେଇପାରିବେ। ଫ୍ରିଜ୍‌ ଅପସନ୍‌ ଦେଇଥିବା ଛାତ୍ରୀଛାତ୍ର କଲେଜକୁ ଯାଇ ନାମଲେଖାଇବେ। ସ୍ଲାଇଡ୍‌ ବା ଫ୍ଲଟ୍‌ ଅପସନ୍‌ ଦେଲେ କଲେଜକୁ ନ ଯାଇ କେବଳ ଅନ୍‌ଲାଇନ୍‌ରେ ଫି’ ଜମା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri