୩୦ ଲକ୍ଷ କେନ୍ଦ୍ର କର୍ମଚାରୀଙ୍କୁ ମିଳିବ ବୋନସ

ନୂଆଦିଲ୍ଲୀ: କରୋନା ପ୍ରଭାବିତ ଦେଶର ଅର୍ଥ ବ୍ୟବସ୍ଥାରେ ବଜାର ଚାହିଦା ଫେରାଇ ଆଣିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହା ଅନ୍ତର୍ଗତ କେନ୍ଦ୍ର ସରକାରଙ୍କ ପ୍ରାୟ ୩୦ ଲକ୍ଷ ଅଣଗେଜେଟେଡ୍‌ କର୍ମଚାରୀଙ୍କୁ ବୋନସ ପ୍ରଦାନ ପ୍ରସ୍ତାବକୁ କ୍ୟାବିନେଟ୍‌ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଏଥିରେ କର୍ମଚାରୀଙ୍କୁ ୩,୭୩୭ କୋଟି ଟଙ୍କା ପ୍ରଦାନ କରାଯିବା ନେଇ ଯୋଜନା ରଖାଯାଇଛି। ୨୦୧୯-୨୦ ଲାଗି ଉତ୍ପାଦକତା ସଂଯୋଗୀ ଏବଂ ଅଣ ଉତ୍ପାଦକତା ସଂଯୋଗୀ ବୋନସକୁ କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ଅନୁମୋଦନ ମିଳିଛି। ବିଜୟା ଦଶମୀ ପୂର୍ବରୁ କର୍ମଚାରୀଙ୍କୁ ବ୍ୟାଙ୍କ ଆକାଉଣ୍ଟରେ ଏକା ଥରକେ ଏହି ଅର୍ଥ ପ୍ରଦାନ କରାଯିବ ବୋଲି କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଖବରଦାତା କାର୍ଯ୍ୟକ୍ରମରେ ବୁଧବାର ସୂଚନା ଦେଇଛନ୍ତି। ମଧ୍ୟବିତ୍ତଙ୍କୁ ଏଭଳି ଅର୍ଥ ପ୍ରଦାନ ଦ୍ୱାରା ବଜାରରେ ଚାହିଦା ବଢ଼ାଇବାରେ ସହାୟକ ହୋଇପାରିବ ବୋଲି ଆଶାବାଦୀ ବୋଲି ଜାଭଡେକର କହିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଅକ୍ଟୋବର ୧୨ରେ ବିଭିନ୍ନ ଯୋଜନା ଉପରେ ଘୋଷଣା କରିଥିଲେ। ପ୍ରଭାବିତ ଅର୍ଥ ବ୍ୟବସ୍ଥାରେ ଚାହିଦା ଫେରାଇ ଆଣିବା ଉପରେ ଏହି ଘୋଷଣାଗୁଡ଼ିକ ପର୍ଯ୍ୟବସିତ ରହିଥିଲା। ସରକାରୀ କର୍ମଚାରୀଙ୍କ ଖର୍ଚ୍ଚ ବଢ଼ାଇ ବଜାରରେ ଚାହିଦା ବୃଦ୍ଧି ଉପରେ ସରକାର ବର୍ତ୍ତମାନ ଫୋକସ ରଖିଛନ୍ତି। କର୍ମଚାରୀଙ୍କ ଅଗ୍ରିମ ଅର୍ଥ ପ୍ରଦାନ ଏବଂ ପୁଞ୍ଜି ଖର୍ଚ୍ଚ ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri