ପୋଖରୀରେ ବୁଡ଼ି ୩ ନାବାଳକ ମୃତ

ରାଜନଗର,୨୪।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ସାତଭାୟା ଥଇଥାନସ୍ଥଳ ବଗପାଟିଆ ଗଁ।ରେ ଶୁକ୍ରବାର ପୋଖରୀରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଏବେ ବଡ଼ଦିନ ଛୁଟି ଚାଲିଛି। ପିଲାମାନଙ୍କୁ ବଣଭୋଜି କରି ଛୁଟି କଟାଇବା ନିଶା ଘାରିଛି। ସାତଭାୟା ଥଇଥାନସ୍ଥଳରେ ଥିବା ମା’ ପଞ୍ଚୁବରାହୀ ଉଚ୍ଚ ବିଦ୍ୟାଳୟର ୭ମ ଶ୍ରେଣୀରେ ପଢ଼ୁଥିବା ବଗପାଟିଆ ଗଁ।ର ସୁଶାନ୍ତ ରାଉତଙ୍କ ପୁଅ ବିଶାଲରାଜ (୧୨), ଶୈଶବ ସାହୁଙ୍କ ପୁଅ ସନ୍ଦୀପ (୧୨) ଓ ବୀର କିଶୋର ପରିଡ଼ାଙ୍କ ପୁଅ ବିବେନ (୧୩) ଭୋଜିର ଆୟୋଜନ କରିଥିଲେ। ବିଶାଲଙ୍କ ଘରେ ଭୋଜି ରନ୍ଧା ଯାଇଥିଲା। ଗଁ।ଠାରୁ ଦୂର ବିଲ ମଝିରେ ଥିବା ପୋଖରୀକୁ ୩ ସାଙ୍ଗ ବିଶାଲ, ସନ୍ଦୀପ ଏବଂ ବିବେନ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ପରେ ସାଥୀ ହୋଇ ଖାଇଥାନ୍ତେ। କିନ୍ତୁ ଗାଧୋଇବା ସମୟରେ ସେମାନେ ପାଣିରେ ବୁଡ଼ିଯାଇଥିଲେ। ସେମାନଙ୍କ ଚିତ୍କାର ଶୁଣି ଦୂରରେ ଗାଈ ଚରାଉଥିବା ଝିଅଟିଏ ପୋଖରୀ ପାଖରେ ପହଞ୍ଚତ୍ଥିଲେ। ସେଠାରେ କେହି ନ ଥିବାବେଳେ ପିଲାଙ୍କ ଚପଲ ପୋଖରୀ ହୁଡାରେ ଦେଖିବାକୁ ପାଇଥିଲେ। ପିଲା ବୁଡ଼ିଯାଇଥିବା ସନ୍ଦେହ କରି ଗଁ।କୁ ଧାଇଁ ଯାଇ ଲୋକଙ୍କୁ କହିବା ପରେ ପରିବାର ଲୋକେ ପୋଖରୀରେ ନିକଟରେ ପହଞ୍ଚତ୍ଥିଲେ। ପାଣି ଭିତରେ ଖୋଜାଖୋଜି କରିବା ପରେ ୩ ସାଙ୍ଗଙ୍କୁ ସେଠାରୁ ବାହାର କରାଯାଇଥିଲା। ନିକଟରେ ଥିବା ଗୁପ୍ତି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସେମାନଙ୍କୁ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ପରେ ସେମାନଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ରାଜନଗର ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ମୃତ ନାବାଳକମାନଙ୍କ ମୃତଦେହକୁ ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ଜିଲା ପରିଷଦ ଉପାଧ୍ୟକ୍ଷ ଅଶୋକ କୁମାର ପ୍ରତିହାରୀ, ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରତିଭା ପାତ୍ର, ଉପାଧ୍ୟକ୍ଷ ଗଣେଶ ଚନ୍ଦ୍ର ଗୁଡ଼ିଆ ପ୍ରମୁଖ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ମୃତକଙ୍କ ପରିବାରକୁ ସମବେଦନା ଜଣାଇଥିଲେ। କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ତହସିଲଦାର ଅଶ୍ନିନୀ କୁମାର ଭୂୟଁ। ରେଡକ୍ରସ ପାଣ୍ଠିରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ହଜାର ଟଙ୍କା ଲେଖାଏ ଆର୍ଥତ୍କ ସହାୟତା ଯୋଗାଇ ଦେଇଛନ୍ତି। ଏ ନେଇ ଥାନାରେ ୩୪, ୩୫, ୩୬ ନମ୍ବରରେ ୩ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ସୂଚନାଥାଉ କି ମୃତ ବିଶାଲ, ସନ୍ଦୀପ ଓ ବିବେନ ମା’ବାପାଙ୍କର ଏକମାତ୍ର ପୁତ୍ର ସନ୍ତାନ ଥିଲେ। କୂଳଦୀପ ଲିଭିଯାଇଥିବାରୁ ମା’ବାପାଙ୍କ ବୁକୁଫଟା କାନ୍ଦ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶୋକାକୁଳ ପରିବେଶ ସୃଷ୍ଟି କରିଥିଲା।
ତହସିଲଦାରଙ୍କ ଗାଡ଼ିରେ ହସ୍ପିଟାଲ ନିଆଗଲା
ରାଜନଗର ତହସିଲଦାର ଅଶ୍ନିନୀ କୁମାର ଭୂୟଁ। ଶୁକ୍ରବାର ସାତଭାୟା ଥଇଥାନସ୍ଥଳକୁ ସରକାରୀ କାର୍ଯ୍ୟରେ ଯାଇଥିଲେ। ସେହି ସମୟରେ ସ୍ଥାନୀୟ ଲୋକେ ୩ ନାବାଳକଙ୍କୁ ପାଣିରୁ ଉଦ୍ଧାର କରି ଡାକ୍ତରଖାନା ନେବାକୁ ଆମ୍ବୁଲାନ୍ସ କିମ୍ବା କୌଣସି ଯାନ ସୁବିଧା ପାଇ ନ ଥିଲେ। ସ୍ଥାନୀୟ ଲୋକେ ତହସିଲଦାର ଭୂୟଁାଙ୍କୁ ଖବର ଦେବା ପରେ ସେ ଘଟଣାସ୍ଥଳରେ ପହଞ୍ଚତ୍ ନିଜ ସରକାରୀ ଗାଡିରେ ୩ ଗୁରୁତର ନାବାଳକଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବାରେ ସହଯୋଗ କରିଥିଲେ। ତାଙ୍କର ଏହି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?