୫ଟି, ନବୀନ ଓଡିଶାର ଅଧ୍ୟକ୍ଷଙ୍କୁ ସାକ୍ଷାତ କଲେ ଜିଲାର ୩ ବିଧାୟକ

ଦାରିଙ୍ଗବାଡି,୧୪।୧୧(ଅରୁଣ ସାହୁ ): ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ସାକ୍ଷାତ କଲେ ଜିଲାର ୩ ବିଧାୟକ। କନ୍ଧମାଳ ଜିଲାର ୩ ବିଧାୟକ ତଥା ଜି. ଉଦୟଗିରି ବିଧାୟକ ଓ ବିଜେଡିର ନବନିଯୁକ୍ତ ଜିଲା ସଭାପତି ସାଲୁଗା ପ୍ରଧାନଙ୍କ ସମେତ ବାଲିଗୁଡା ବିଧାୟକ ଚନ୍ଦ୍ରମଣୀ କଂହର ଓ ଫୁଲବାଣୀ ବିଧାୟକ ଅଙ୍ଗଦ କଂହର ଏବଂ ତାଙ୍କ ସହ ଦଳର କନ୍ଧମାଳ ଜିଲା ପର୍ଯ୍ୟବେକ୍ଷକ ତଥା ବିହନ ନିଗମର ଅଧ୍ୟକ୍ଷ ବିଜୟ ନାୟକ ପ୍ରମୁଖ ମଙ୍ଗଳବାର ନବୀନ ନିବାସରେ ପାଣ୍ଡିଆନଙ୍କୁ ସାକ୍ଷାତ କରିଛନ୍ତ। କନ୍ଧମାଳ ଜିଲାର ବିକାଶ ପାଇଁ ଜୁନ ୧୭ରେ ତତତ୍କାଳ ୫ଟି ସଚିବ ତଥା ଏବେକାର ନବୀନ ଓଡିଶାର ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ସେ ଅଞ୍ଚଳର ମନ୍ଦିର, ଚର୍ଚ୍ଚ ଗୃହ, ମସଜିଦ, ମିଶନ ଗୃହ, ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ କୋଟି କୋଟି ଟଙ୍କା ଅର୍ଥ ମଞ୍ଜୁର କରିଛନ୍ତି। ପ୍ରଥମ ପର୍ଯ୍ୟାୟ ଜୁନ ୨୪ରେ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଥିବା ବେଳେ ଚଳିତ ମାସରେ ପ୍ରତି ପଞ୍ଚାୟତକୁ ଆମ ଓଡିଶା ନବୀନ ଓଡିଶାରେ ଅର୍ଥ ମଞ୍ଜୁର କରିଥିବାରୁ ତାଙ୍କୁ ଭେଟି ସାକ୍ଷାତ କରିଛନ୍ତି। ଏଥିସହ ସମସ୍ତ ବିଧାୟକ ଅଧ୍ୟକ୍ଷଙ୍କୁ ସାଧୁବାଦ ଜଣାଇବା ସହ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି। ସେହିପରି ଦଳର ରାଜ୍ୟ ସଂଗଠକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ମଧ୍ୟ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ କ୍ଳେଶ ପ୍ରଧାନ ଏବଂ ବିହନ ନିଗମର ଅଧ୍ୟକ୍ଷ ବିଜୟ ନାୟକ ଭେଟି ଦଳୀୟ ଆଲୋଚନା କରିଥିବା ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ କହିଛନ୍ତ। ଆଉ କିଛିଦିନ ପରେ ସାଧାରଣ ନିର୍ବାଚନ ହେବାକୁ ରହିଥିବା ବେଳେ ଜିଲାର ୩ ବିଧାୟକଙ୍କ ଏଭଳି ଭି.କେ ପାଣ୍ଡିଆନ ଏବଂ ସଂଗଠନ ସମ୍ପାଦକଙ୍କୁ ସାକ୍ଷାତ କରିବା ଘଟଣା ସବୁଠି ବିଭିନ୍ନ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri