ବିଜେଡି ଛାଡିଲେଣି ୩ ବିଧାୟକ, ୪ ପୂର୍ବତନ ବିଧାୟକ

ଭୁବନେଶ୍ୱର,୪ା୩(ଅନିଲ ଦାସ):ନିର୍ବାଚନ ପାଖେଇ ଆସୁଛି। ଆଶାୟୀଙ୍କ ଆଶା କୂଳ ଲଙ୍ଘିଲାଣି। ନିଜର ରାଜନୈତିକ ଭବିଷ୍ୟତ ବଞ୍ଚାଇବା ପାଇଁ ବିଜେଡିର କେତେକ ବିଧାୟକ ଓ ପୂର୍ବତନ ବିଧାୟକ ଦଳ ଡିଆଁ ଆରମ୍ଭ କରିଛନ୍ତି। ନିଜ ଦଳ ପକ୍ଷରୁ କିଛି ଭରସା ମିଳୁନି। କାହାକୁ ଧରି ନିର୍ବାଚନ ବୈତରଣୀ ପାର ହେବେ ତାହାର କିଛି କୁଳକିନାରା ପାଉନାହାନ୍ତି। ୨୦୧୯ ନିର୍ବାଚନରେ ଯାହାଙ୍କୁ ଭରସା କରିଥିଲେ ସେମାନେ ଆଉ ହାତପାହାନ୍ତାରେ ନାହାନ୍ତି। ଦଳର ଆଗଧାଡ଼ିର ନେତା ମଧ୍ୟ ସେମାନଙ୍କ ପାଖଛଡା ଦେଲେଣି। ଦଳ ମଧ୍ୟ ପୁରୁଣାଙ୍କୁ ବଦଳାଇ ଜନସମ୍ପର୍କ ଥିବା ନୂଆ ଚେହେରା ଖୋଜାରେ ଲାଗିଛି। ଏଭଳି ପରିସ୍ଥିତିରେ କୌଣସି ଥଳକୂଳ ନ ପାଇ ଗତ ୧୧ ଦିନ ଭିତରେ ବିଜେଡିର ୨ ଜଣ ବହିଷ୍କୃତ ବିଧାୟକ, ଜଣେ ବିଧାୟକ ଏବଂ ୪ ଜଣ ପୂର୍ବତନ ବିଧାୟକ ଭାଜପାରେ ଯୋଗ ଦେଇ ସାରିଲେଣି। ସେମାନେ ହେଲେ ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ବିଜେଡିରୁ ନିଲମ୍ବିତ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ବିଜେଡିର ଜୟଦେବ ବିଧାୟକ ଅରବିନ୍ଦ ଢାଲି, ବରୀର ପୂର୍ବତନ ବିଧାୟକ ଦେବାଶିଷ ନାୟକ, ଗଁଦିଆର ପୂର୍ବତନ ବିଧାୟକ ନବୀନ ନନ୍ଦ, ସାରସକଣାର ପୂର୍ବତନ ବିଧାୟକ ଭାଦବ ହାଁସଦା ଏବଂ ମାଲକାନଗିରିର ପୂର୍ବତନ ବିଧାୟକ ମୁକୁନ୍ଦ ସୋଡ଼ି । ତେବେ ଆଉ କିଛି ବିଧାୟକ ଓ ପୂର୍ବତନ ବିଧାୟକ ମଧ୍ୟ ଦଳ ଛାଡ଼ିବା ନେଇ ସଙ୍କେତ ଦେଲେଣି।
ସୋମବାର ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଓରଫ୍‌ ରାଜୁ ଦାସ ଭାଜପାରେ ସାମିଲ ହେବା ନେଇ ସୂଚନା ଦେଇଛନ୍ତି । ଗତ ଧାମନଗର ଉପନିର୍ବାଚନରେ ରାଜୁଙ୍କୁ ବିଜେଡି ଟିକେଟ ନ ଦେବାରୁ ସେ ବିଦ୍ରୋହ କରି ସ୍ବାଧୀନ ଭାବେ ଛିଡ଼ା ହୋଇଥିଲେ। ବିଜେଡି ତାଙ୍କୁ ନିଲମ୍ବିତ କରିବା ସତ୍ତ୍ୱେ ସେ ନିର୍ବାଚନ ଲଢ଼ି ବିଜେଡି ଭୋଟ ବିଭାଜନ କରିଦେବାରୁ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ବିଜୟୀ ହୋଇଥିଲେ । ସେହିପରି ବିଜେଡି ଛାଡ଼ିଥିବା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାଏକ ମଧ୍ୟ ଭାଜପାରେ ମିଶିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri