ଚାଷୀଙ୍କୁ ଅଣଦେଖା ନେଇ ଅସନ୍ତୋଷ ପ୍ରକାଶ କଲେ ୩ ବିଧାୟକ

କୋରାପୁଟ,୩ା୧(ଅମିତାଭ ବେହେରା): କୋରାପୁଟସ୍ଥିତ ସ୍ଥାନୀୟ ଦକ୍ଷତା ବିକାଶ ତାଲିମ କେନ୍ଦ୍ରଠାରେ ଜଳ ସମ୍ପଦ ବିଭାଗ ଓଡ଼ିଶା ତରଫରୁ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯାଇଥିଲା। ଜିଲା ଉଠାଜଳସେଚନ ବିଭାଗର ନିର୍ବାହୀଯନ୍ତ୍ରୀ ଯୁଗଳକିଶୋର ଟାକ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ, କୋରାପୁଟ ବିଧାୟକ ରଘୁରାମ ମାଛ ଓ ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁନ୍ତ ଯୋଗ ଦେଇଥିଲେ। କୋରାପୁଟ ଜିଲା ହେଉଛି କୃଷି ବହୁଳ ଜିଲା। ଏହି ଜିଲାରେ ପ୍ରାୟ ୮୦ ଭାଗ ଚାଷ ଉପରେ ନିର୍ଭର କରୁଛନ୍ତି। କୃଷି ଓ କୃଷକମାନଙ୍କର ସମୃଦ୍ଧି କରିବା ପାଇଁ ପାଣି ପଞ୍ଚାୟତ କାର୍ଯ୍ୟକ୍ରମ କରାଯାଉଛି। ପାଣିକୁ କିପରି ଉପଯୁକ୍ତ ଭାବେ ସଂରକ୍ଷଣ କରିବା ସହିତ କିପରି ପାଣିକୁ କ୍ଷେତରେ ବିନିଯୋଗ କରି ପାରିବା ଓ ତା ସହିତ ସରକାରଙ୍କ ତରଫରୁ ଆସୁଥିବା ବିଭିନ୍ନ ସ୍କିମରେ କିପରି ସାମିଲ ହୋଇ ଚାଷୀ ତା’ର ଲାଭ ଉଠାଇ ପାରିବେ ସେ ନେଇ ଆଲୋଚନା କରାଯାଇଥିଲା।

ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ କାର୍ଯ୍ୟକ୍ରମରେ ଚାଷୀଙ୍କ ଦେଖା ମିଳି ନ ଥିଲା। ଜିଲା ସ୍ତରୀୟ ପାଣି ପଞ୍ଚାୟତ କାର୍ଯ୍ୟକ୍ରମରେ ଚାଷୀଙ୍କୁ ଡକା ନ ଯିବାକୁ ନେଇ କୋରାପୁଟ ବିଧାୟକ ରଘୁରାମ ମାଛ ଓ ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁନ୍ତ ଅସନ୍ତୋଷ ପ୍ରକାଶ କରିବା ସହିତ ଅଧିକାରୀମାନଙ୍କୁ ତାଗିଦ କରିଥିଲେ। କୋରାପୁଟ ଜିଲାରେ ୮୦ ଭାଗ ଲୋକେ ଚାଷ ଉପରେ ନିର୍ଭର କରୁଥିବା ବେଳେ ୩୦ ଭାଗ ଚାଷୀଙ୍କ ଜମିକୁ ପାଣି ମାଡ଼ି ପାରୁନାହିଁ l ଅଧିକାରୀମାନେ ନିଜ ନିଜ ଭିତରେ କାର୍ଯ୍ୟକ୍ରମ ସାରି ଦେଉଛନ୍ତି। ଚାଷୀଙ୍କୁ ପ୍ରାଧାନ୍ୟ ଦେଉନାହାନ୍ତି।

ସେହିପରି ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ ତାଙ୍କ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ନନ୍ଦପୁର, ପଟାଙ୍ଗୀ ଓ ସେମିଲିଗୁଡ଼ା ବ୍ଲକ ଅଞ୍ଚଳରେ ବହୁ ଚାଷୀଙ୍କ ଜମିରେ ପାଣି ନ ଯୋଗାଇ ଜଳକର ଆସୁଥିବା ଅଭିଯୋଗ କରିବା ସହ ଏଦିଗରେ ତୁରନ୍ତ ସମ୍ପୃକ୍ତ ବିଭାଗର ଅଧିକାରୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ରହିଛି ବୋଲି ସେ ପ୍ରକାଶ କରିଛନ୍ତି।
ସେହିପରି ଆୟୋଜିତ କାର୍ଯ୍ୟକ୍ରମରେ ଚାଷୀମାନଙ୍କୁ ସୂଚନା ଦିଆ ଯାଇ ନ ଥିବା କଥା ଚାଷୀ କହିଛନ୍ତି l ଗତ ୨୪ ବର୍ଷ ଶାସନ କାଳରେ ଅଧିକାରୀମାନେ ମନମୁଖୀ ହୋଇଯାଇଛନ୍ତି l ସେମାନଙ୍କୁ ତାଗିଦ କରାଯାଇ ଚାଷ ଓ ଚାଷୀଙ୍କ ଉନ୍ନତି ପ୍ରତି ଦୃଷ୍ଟି ଦିଆଯିବ ବୋଲି କୋରାପୁଟ ବିଧାୟକ ରଘୁରାମ ମାଛ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri