Posted inଜାତୀୟ

ଗେହଲଟ୍‌ଙ୍କ ୩ ବିଧାୟକ ଦାୟୀ

ନୂଆଦିଲ୍ଲୀ,୨୮।୯: ରାଜସ୍ଥାନ କଂଗ୍ରେସରେ ବିଦ୍ରୋହ ପାଇଁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ୩ ଅନୁଗତ ବିଧାୟକଙ୍କୁ ଦାୟୀ କରାଯାଇଛି। ସେମାନେ ହେଲେ ବିଧାନସଭାରେ ଦଳର ମୁଖ୍ୟ ହୁଇପ୍‌ ମହେଶ ଜୋଷୀ, ଆର୍‌ଟିଡିସି ଅଧ୍ୟକ୍ଷ ଧର୍ମେନ୍ଦ୍ର ପାଠକ ଏବଂ ଶାନ୍ତି ଧରିଓ୍ବାଲ। ସେମାନେ ବିଧାୟକମାନଙ୍କ ସମାନ୍ତରାଳ ବୈଠକ ଡକାଇ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ପ୍ରସ୍ତାବ ଗୃହୀତ କରାଇଥିଲେ। ୩ ନେତାଙ୍କୁ ଦଳ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ତେବେ ବିଦ୍ରୋହ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତାଙ୍କ ରିପୋର୍ଟରେ ଗେହଲଟ୍‌ଙ୍କୁ ସିଧାସଳଖ ଦାୟୀ କରିନାହାନ୍ତି। ରବିବାର ଚାଲିଥିବା ଡ୍ରାମାରେ ଉପସ୍ଥିତ ଥିବା ରାଜ୍ୟ ପ୍ରଭାରୀ ଅଜୟ ମାକେନ୍‌ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ରିପୋର୍ଟ ପ୍ରଦାନ କରିବା ସହ ୩ ବିଧାୟକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଲାଗି ସୁପାରିସ କରିଥିଲେ।
ରବିବାର ବୈଠକରେ ଗେହଲଟଙ୍କ ସମର୍ଥକ ବିଧାୟକମାନେ ୨୦୨୦ରେ ସଚିନ ପାଇଲଟ୍‌ଙ୍କ ବିଦ୍ରୋହ ପ୍ରସଙ୍ଗ ଉଠାଇ ସେହି ସମୟରେ ସରକାରଙ୍କୁ ସମର୍ଥନ କରିଥିବା ବିଧାୟକଙ୍କ ମଧ୍ୟରୁ ଜଣକୁ ମୁଖ୍ୟମନ୍ତ୍ରୀ ବାଛିବା ପାଇଁ ପ୍ରସ୍ତାବ ଗୃହୀତ କରାଇଥିଲେ। ପାଇଲଟ୍‌ଙ୍କୁ ମୁଖ୍ୟମନ୍ତ୍ରୀ କରାଇ ନ ଦେବା ଲାଗି ସେମାନେ ସମୂହ ଇସ୍ତଫା ଧମକ ଦେଇଥିଲେ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଜଣ ଜଣକରି ବିଧାୟକଙ୍କୁ ଭେଟିବା ଲାଗି ସୋନିଆ ଗାନ୍ଧୀ ନିର୍ଦ୍ଦେଶ ଦେଇଥିଲେ ହେଁ ଗେହଲଟ୍‌ଙ୍କ ଅନୁଗତମାନେ ତାହାକୁ ଅବଜ୍ଞା କରିଥିଲେ। ପରବର୍ତ୍ତୀ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚିତ ହେବା ପର୍ଯ୍ୟନ୍ତ ରାଜ୍ୟରେ ସ୍ଥିତାବସ୍ଥା ଜାରି ରଖିବା ପାଇଁ ସେମାନେ ଦାବି କରିଥିଲେ। ଯାହା ଫଳରେ ଗେହଲଟ୍‌ ଅଧ୍ୟକ୍ଷ ହୋଇଥିଲେ ମୁଖ୍ୟମନ୍ତ୍ରୀ ଚୟନ କ୍ଷମତା ତାଙ୍କୁ ମିଳିଯାଇଥାନ୍ତା। ବିଧାୟକମାନେ ବିଶୃଙ୍ଖଳା ସୃଷ୍ଟି କରିବା ସହ ସ୍ଥିତାବସ୍ଥା ଜାରି ଲାଗି ଦାବି କରିବା ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ସୃଷ୍ଟି କରିଥାନ୍ତା ବୋଲି ମାକେନ ତାଙ୍କ ରିପୋର୍ଟରେ ଦର୍ଶାଇଛନ୍ତି।
ସେପଟେ ରାଜସ୍ଥାନ ସଙ୍କଟର ସମାଧାନ ପାଇଁ ଦଳର କେତେଜଣ ବରିଷ୍ଠ ନେତା ଉଦ୍ୟମ ଆରମ୍ଭ କରିଛନ୍ତି। ଅମ୍ବିକା ସୋନି ଏବଂ ଆନନ୍ଦ ଶର୍ମା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସହ ଆଲୋଚନା କରିବା ପରେ ଗେହଲଟ୍‌ଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଖୁବ୍‌ଶୀଘ୍ର ଗେହଲଟ୍‌ ସୋନିଆଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ବିଦ୍ରୋହ ପାଇଁ ଦାୟୀ ଗେହଲଟ୍‌ଙ୍କ ଅନୁଗତ ନେତାଙ୍କୁ ଚେତାବନୀ ଦିଆଯିବ। ଏବେ ବି ଗେହଲଟ୍‌ଙ୍କୁ କଂଗ୍ରେସ ଅଧ୍ୟକ୍ଷ ଦୌଡ଼ରୁ ବାଦ୍‌ ଦିଆଯାଇ ନ ଥିବା ଦଳୀୟ ସୂତ୍ରରୁ କୁହାଯାଇଛି। ଅନ୍ୟପକ୍ଷରେ ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ସଚିନ ପାଇଲଟ୍‌ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚତ୍ଥିଲେ ମଧ୍ୟ ସୋନିଆଙ୍କ ସହ ତାଙ୍କ ବୈଠକ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?