କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। ଏବେ କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। ଆଇନ(ସିଡ୍ୟୁଲ-୧୦) ଅନୁଯାୟୀ, ସମ୍ପୃକ୍ତ ତିନିଜଣଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟ ସଭା ନିର୍ବାଚନକୁ ନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ଏଥର ଅଧିକ ତତ୍ପରତା ପ୍ରକାଶ ପାଇଥିଲା। ପିସିସି ସଭାପତି ଦଳର ୧୪ ବିଧାୟକଙ୍କ ସହିତ ସିପିଆଇଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ଏକତ୍ର କରି ରଖିବାପାଇଁ ବହୁତ ଉଦ୍ୟମ କରିଥିଲେ। ୮ଜଣ ବିଧାୟକଙ୍କୁ ସାଙ୍ଗରେ ନେଇ ବେଙ୍ଗାଲୁରୁ ଯାଇଥିଲେ। ଏହାବାଦ୍‌ ଓଡ଼ିଶାରେ ରହିଥିବା ୬ଜଣ ବିଧାୟକଙ୍କ ମଧ୍ୟରୁ ୩ଜଣ ପାର୍ଟି କଥା ମାନି ନ ଥିଲେ। ଭକ୍ତ କହିଛନ୍ତି, ଦାଶରଥି ଦଳପ୍ରତି ବିଶ୍ୱାସଘାତକତା କରିଛନ୍ତି। ରମେଶ ମୋତେ ଭେଟି ଦଳୀୟ ନିଷ୍ପତ୍ତିକୁ ସମ୍ମାନ ଦେବେ ବୋଲି କଥା ଦେଇଥିଲେ। ହେଲେ ସେ ଧୋକା ଦେଇଛନ୍ତି। ତାଙ୍କ ଭବିଷ୍ୟତକୁ ମଧ୍ୟ ଅନ୍ଧାରକୁ ଠେଲି ଦେଇଛନ୍ତି। ସେହିପରି ସୋଫିଆ ଝିଅଙ୍କ ବଡ଼ ଭବିଷ୍ୟତ ଥିବାବେଳେ ସେ ମଧ୍ୟ ଭୁଲ୍‌ ରାସ୍ତାରେ ଯାଇଛନ୍ତି। ସେମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିବୁ। ଆବଶ୍ୟକ ପଡ଼ିଲେ ସୁପ୍ରିମକୋର୍ଟ ଯିବୁ ବୋଲି ଭକ୍ତ କହିଛନ୍ତି। ସେ କହିଛନ୍ତି, ଏମାନେ ଗଣମାଧ୍ୟମ ସମ୍ମୁଖରେ କଥା ହେଲାବେଳେ ସିଂହ ଭଳି ହେଉଛନ୍ତି, ମାତ୍ର କାର୍ଯ୍ୟରେ ମୂଷା ଓ ଛେଳି ଭଳି ବିକ୍ରି ହୋଇଯାଉଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି, ଘୋଡ଼ା ବେପାର ପଶିଯିବାରୁ ବିଧାୟକମାନେ ଏଭଳି ଭାବେ ନିୟମ ବିରୋଧ କାର୍ଯ୍ୟ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri