୩ ମାସ ଗୁରୁତ୍ୱପୂର୍ଣ୍ଣ: ଡିଏମ୍‌ଇଟି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣ ଋତୁ। ୩ ମାସ ଦୋକାନ ବଜାରରେ ଲୋକଙ୍କ ଭିଡ଼ ଅଧିକ ହେବ। ତେଣୁ ଏହି ସମୟରେ ପୁଣିଥରେ ସଂକ୍ରମଣ ବଢ଼ିବ ବୋଲି ଆଶଙ୍କା କରାଯାଉଛି। ତେଣୁ ଏହି ୩ ମାସ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଓ ସମ୍ଭାବନାକୁ ନେଇ ଡିଏମ୍‌ଇଟି କହିଛନ୍ତି, ପାର୍ବଣ ସମୟ ପାଇଁ ଏବେ ଆମକୁ କୋଭିଡ଼ ଗାଇଡ଼ଲାଇନ୍‌ ମାନିବାକୁ ପଡିବ। ଟିକାକରଣକୁ ଜୋର୍‌ଦାର କରାଯାଇଛି। ଏହାସତ୍ତ୍ୱେ ସଂକ୍ରମଣ ନିୟନ୍ତ୍ରଣକୁ ଆସିପାରୁନି। ବିଶେଷକରି ଭୁବନେଶ୍ୱର ଓ କଟକରୁ ଅଧିକ ସଂକ୍ରମିତ ବାହାରୁଛନ୍ତି। କାରଣ ଏହି ଦୁଇ ସହର ହେଉଛି ରାଜ୍ୟର ହେଉଛି ହେଲ୍‌ଥ ହବ୍‌। ଏଠାକୁ ରାଜ୍ୟର ବିଭିନ୍ନ ଅଞ୍ଚଳ ତଥା ରାଜ୍ୟ ବାହାରୁ ଲୋକ ଆସୁଛନ୍ତି। ଭିଡ଼ ବଢୁଛି, ତେଣୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ହେଲେ ଲୋକଙ୍କ ସହଯୋଗ ଆବଶ୍ୟକ। ଏଥିପାଇଁ ଲୋକଙ୍କୁ ସଚେତନ ହେବାକୁ ପଡ଼ିବ ବୋଲି ଡିଏମ୍‌ଇଟି କହିଛନ୍ତି।
ସେପଟେ ରାଜ୍ୟରେ ଗତ କିଛିଦିନ ହେବ କରୋନା ସଂକ୍ରମଣ ୫ଶହ ତଳେ ରହୁଥିବାବେଳେ ଏବେ ପୁଣି ବଢ଼ୁଥିବା ଦେଖିବାକୁ ମିଳିଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗର ତଥ୍ୟ ଅନୁସାରେ, ଗତ ୧୫ ତାରିଖରେ ରାଜ୍ୟରେ ୪୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୬ ତାରିଖରେ ୫୮୦ଜଣ ଚିହ୍ନଟ ହୋଇଥିଲେ। ତେବେ ୧୭ ତାରିଖରେ ତାହା ପୁଣି ବଢ଼ିଯାଇଛି ଅର୍ଥାତ୍‌ ଗତ ୨୪ଘଣ୍ଟାରେ ରାଜ୍ୟରେ ଆଉ ୬୨୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବର୍ଗର ୯୬ଜଣ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୯୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୭୨ଜଣ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୯୨୬ରେ ପହଞ୍ଚତ୍ଛି। ଶୁକ୍ରବାର ଆଉ ୭୧୯ ଆକ୍ରାନ୍ତ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୫,୫୬୪କୁ ବୃଦ୍ଧି ପାଇଛି। ବର୍ତ୍ତମାନ ୫,୧୮୭ ଜଣ ସକ୍ରିୟ ରୋଗୀ ଥିବାବେଳେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୨,୨୧୨ଜଣ ରହିଛନ୍ତି। ଫଳରେ ଅନ୍ୟ ସମସ୍ତ ଜିଲା ଗ୍ରୀନ ଜୋନ୍‌ରେ ଥିବାବେଳେ କେବଳ ଖୋର୍ଦ୍ଧା ୟେଲୋ ଜୋନ୍‌ରେ ରହିଛି।
ସେହିପରି ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ ଭଦ୍ରକରୁ ଜଣେ ଲେଖାଏ ମୃତକ ରହିଛନ୍ତି। ଏହାକୁ ମିଶାଇ କରୋନାଜନିତ ମୃତ୍ୟୁ ୮,୧୨୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri