୩ ମାସ ଗୁରୁତ୍ୱପୂର୍ଣ୍ଣ: ଡିଏମ୍‌ଇଟି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣ ଋତୁ। ୩ ମାସ ଦୋକାନ ବଜାରରେ ଲୋକଙ୍କ ଭିଡ଼ ଅଧିକ ହେବ। ତେଣୁ ଏହି ସମୟରେ ପୁଣିଥରେ ସଂକ୍ରମଣ ବଢ଼ିବ ବୋଲି ଆଶଙ୍କା କରାଯାଉଛି। ତେଣୁ ଏହି ୩ ମାସ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଓ ସମ୍ଭାବନାକୁ ନେଇ ଡିଏମ୍‌ଇଟି କହିଛନ୍ତି, ପାର୍ବଣ ସମୟ ପାଇଁ ଏବେ ଆମକୁ କୋଭିଡ଼ ଗାଇଡ଼ଲାଇନ୍‌ ମାନିବାକୁ ପଡିବ। ଟିକାକରଣକୁ ଜୋର୍‌ଦାର କରାଯାଇଛି। ଏହାସତ୍ତ୍ୱେ ସଂକ୍ରମଣ ନିୟନ୍ତ୍ରଣକୁ ଆସିପାରୁନି। ବିଶେଷକରି ଭୁବନେଶ୍ୱର ଓ କଟକରୁ ଅଧିକ ସଂକ୍ରମିତ ବାହାରୁଛନ୍ତି। କାରଣ ଏହି ଦୁଇ ସହର ହେଉଛି ରାଜ୍ୟର ହେଉଛି ହେଲ୍‌ଥ ହବ୍‌। ଏଠାକୁ ରାଜ୍ୟର ବିଭିନ୍ନ ଅଞ୍ଚଳ ତଥା ରାଜ୍ୟ ବାହାରୁ ଲୋକ ଆସୁଛନ୍ତି। ଭିଡ଼ ବଢୁଛି, ତେଣୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ହେଲେ ଲୋକଙ୍କ ସହଯୋଗ ଆବଶ୍ୟକ। ଏଥିପାଇଁ ଲୋକଙ୍କୁ ସଚେତନ ହେବାକୁ ପଡ଼ିବ ବୋଲି ଡିଏମ୍‌ଇଟି କହିଛନ୍ତି।
ସେପଟେ ରାଜ୍ୟରେ ଗତ କିଛିଦିନ ହେବ କରୋନା ସଂକ୍ରମଣ ୫ଶହ ତଳେ ରହୁଥିବାବେଳେ ଏବେ ପୁଣି ବଢ଼ୁଥିବା ଦେଖିବାକୁ ମିଳିଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗର ତଥ୍ୟ ଅନୁସାରେ, ଗତ ୧୫ ତାରିଖରେ ରାଜ୍ୟରେ ୪୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୬ ତାରିଖରେ ୫୮୦ଜଣ ଚିହ୍ନଟ ହୋଇଥିଲେ। ତେବେ ୧୭ ତାରିଖରେ ତାହା ପୁଣି ବଢ଼ିଯାଇଛି ଅର୍ଥାତ୍‌ ଗତ ୨୪ଘଣ୍ଟାରେ ରାଜ୍ୟରେ ଆଉ ୬୨୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବର୍ଗର ୯୬ଜଣ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୯୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୭୨ଜଣ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୯୨୬ରେ ପହଞ୍ଚତ୍ଛି। ଶୁକ୍ରବାର ଆଉ ୭୧୯ ଆକ୍ରାନ୍ତ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୫,୫୬୪କୁ ବୃଦ୍ଧି ପାଇଛି। ବର୍ତ୍ତମାନ ୫,୧୮୭ ଜଣ ସକ୍ରିୟ ରୋଗୀ ଥିବାବେଳେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୨,୨୧୨ଜଣ ରହିଛନ୍ତି। ଫଳରେ ଅନ୍ୟ ସମସ୍ତ ଜିଲା ଗ୍ରୀନ ଜୋନ୍‌ରେ ଥିବାବେଳେ କେବଳ ଖୋର୍ଦ୍ଧା ୟେଲୋ ଜୋନ୍‌ରେ ରହିଛି।
ସେହିପରି ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ ଭଦ୍ରକରୁ ଜଣେ ଲେଖାଏ ମୃତକ ରହିଛନ୍ତି। ଏହାକୁ ମିଶାଇ କରୋନାଜନିତ ମୃତ୍ୟୁ ୮,୧୨୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?