“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି ଦେବଗଡ଼ ଥାନା ପୋଲିସ। ପୀଡ଼ିତା ଯୁବତୀ ଜଣକ ବର୍ତ୍ତମାନ ୩ ମାସର ଗର୍ଭବତୀ ଥିବା ବେଳେ ତାଙ୍କ ଲିଖିତ ଅଭିଯୋଗ ଆଧାରରେ ପୋଲିସ ମଙ୍ଗଳବାର ଅଭିଯୁକ୍ତ ପ୍ରେମିକଙ୍କୁ କୋର୍ଟଚାଲାଣ କରିଛି। ଜାମିନ୍ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗିରଫ ଯୁବକ ଜଣକ ଦେବଗଡ଼ ଥାନା ଅନ୍ତର୍ଗତ କଣ୍ଢଳ ଗ୍ରାମର ରାକେଶ ବେହେରା (୨୩) ବୋଲି ଜଣାପଡ଼ିଛି।

ଅଭିଯୋଗ ଅନୁଯାୟୀ, ଗତ ୩ ବର୍ଷ ହେବ ରାକେଶ ଏବଂ ଉକ୍ତ ଯୁବତୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଏହା ପରେ ବିବାହର ପ୍ରତିଶ୍ରୁତି ଦେଇ ୨୦୨୩ ମସିହାରୁ ରାକେଶ ଯୁବତୀଙ୍କ ସହ ବିଭିନ୍ନ ସମୟରେ ଶାରୀରିକ ସମ୍ପର୍କ ସ୍ଥାପନ କରିଆସୁଥିଲା। କିଛି ଦିନ ତଳେ ଯୁବତୀଙ୍କ ବିବାହ ଅନ୍ୟତ୍ର ଠିକ୍ ହେବାରୁ, “ମୋତେ ବିବାହ ନକଲେ ଆତ୍ମହତ୍ୟା କରିବି” ବୋଲି ରାକେଶ ଧମକ ଦେଇଥିଲା। ଫଳରେ ରାକେଶଙ୍କ କଥାରେ ଆସି ଯୁବତୀ ଜଣକ ନିଜ ଘରେ କିଛି ନଜଣାଇ ତାଙ୍କ ସହ ପୁରୀ ପଳାଇଥିଲେ।

ପୁରୀରେ କିଛି ଦିନ ରହିବା ପରେ, ରାକେଶ ସୋନପୁରରେ କାମ କରୁଥିବାରୁ ଦୁହେଁ ସେଠାରେ ଘର ଭଡ଼ା ନେଇ ରହୁଥିଲେ। କିଛି ମାସ ଏକାଠି ରହିବା ପରେ, ଗତ କିଛି ଦିନ ତଳେ ଯୁବତୀଙ୍କୁ କିଛି ନକହି ରାକେଶ ହଠାତ୍ ନିଜ ଗାଁକୁ ପଳାଇ ଆସିଥିଲା। ୨ ଦିନ ପର୍ଯ୍ୟନ୍ତ ସୋନପୁର ନଫେରିବାରୁ ସନ୍ଦେହ ହେବାରୁ ଯୁବତୀ ଜଣକ ରାକେଶଙ୍କ ଗାଁକୁ ଆସି ପରିବାର ଲୋକଙ୍କୁ ସବୁ କଥା ଜଣାଇଥିଲେ।

ତେବେ ରାକେଶଙ୍କ ପରିବାର ଲୋକେ ପୀଡ଼ିତାଙ୍କ କଥା ଶୁଣିବା ବଦଳରେ ତାଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଳଜ କରି ଘରୁ ବାହାର କରି ଦେଇଥିଲେ। କୌଣସି ଉପାୟ ନପାଇ ପୀଡ଼ିତା ଯୁବତୀ ଜଣକ ଦେବଗଡ଼ ଥାନାରେ ସବିଶେଷ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତ ରାକେଶକୁ ଗିରଫ କରି କୋର୍ଟଚାଲାଣ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?