ପିପିପିରେ ଚାଲିବ ଆଉ ୩ ବିମାନ ବନ୍ଦର

ନୂଆଦିଲ୍ଲୀ,୨୦।୮: ଦେଶର ଆଉ ୩ ବିମାନ ବନ୍ଦର ପବ୍ଲିକ ପ୍ରାଇଭେଟ୍‌ ପାର୍ଟନରଶିପ(ପିପିପି) ବା ସରକାରୀ ଘରୋଇ ସହଭାଗିତାରେ ପରିଚାଳିତ ହେବ। ଏହି ବିମାନ ବନ୍ଦରଗୁଡିକ ମଧ୍ୟରେ ଗୁଆହାଟୀ, ଜୟପୁର ଏବଂ ଥିରୁଭାନନ୍ତପୁରମ ରହିଛି। କେନ୍ଦ୍ର କ୍ୟାବିନେଟ ପକ୍ଷରୁ ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। କେନ୍ଦ୍ର କ୍ୟାବିନେଟ ଗ୍ରହଣ କରିଥିବା ନିଷ୍ପତ୍ତି ଉପରେ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ ଅଧୀନରେ ପରିଚାଳିତ ହେଉଥିବା ଏହି ବିମାନବନ୍ଦରଗୁଡିକୁ ଲିଜ୍‌ରେ ଦେବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଥିବା ସେ ମତ ରଖିଛନ୍ତି। ଏହି ବିମାନ ବନ୍ଦରଗୁଡିକ ଘରୋଇ କମ୍ପାନୀ ଦ୍ୱାରା ପରିଚାଳିତ ହେବ। କିଛି ବିମାନ ବନ୍ଦରକୁ ସରକାର ଘରୋଇ ହାତକୁ ପୁଣି ଟେକିଦେବେ ବୋଲି ପୂର୍ବରୁ ଅନୁମାନ କରାଯାଇଥିଲା। ୩ ବିମାନ ବନ୍ଦରଗୁଡିକ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ୍‌କୁ ୫୦ ବର୍ଷ ଲାଗି ଦେବାକୁ ନିଷ୍ପତ୍ତି ହୋଇଛି। ବିମାନ ବନ୍ଦରଗୁଡିକର ଅପରେଶନ, ମ୍ୟାନେଜମେଣ୍ଟ ଏବଂ ଉନ୍ନତୀକରଣ ଉକ୍ତ କମ୍ପାନୀ କରିବ ବୋଲି ଜଣାପଡିଛି। ଏହି ପଦକ୍ଷେପ ଦ୍ୱାରା ସରକାରଙ୍କୁ ୧୦୭୦ କୋଟି ଟଙ୍କା ମିଳିବ। ଏହି ଅର୍ଥ ବିନିଯୋଗ ଦ୍ୱାରା ଅନ୍ୟ ଛୋଟ ସହରଗୁଡିକରେ ବିମାନ ବନ୍ଦର ବିକଶିତ କରିବାରେ ସହାୟକ ହେବ ବୋଲି ଜାଭଡେକର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?