ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮ା୧୨: ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଲାଣି। ଗୁରୁବାର ରାଜ୍ୟରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ରାଜ୍ୟରେ ଏହି ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୦ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ସମସ୍ତ ଆକ୍ରାନ୍ତ ଆଇସୋଲେଶନରେ ଅଛନ୍ତି। ତେବେ ଆକ୍ରାନ୍ତଙ୍କୁ ନେଇ କେହି ଆତଙ୍କିତ ନ ହେବା ପାଇଁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି।