ମାଲକାନଗିରିରେ ଆଉ ୩ କରୋନା ପଜିଟିଭ୍‌: ସିଲ୍‌ ହେଲା ଡାକ୍ତରଖାନା

ମାଲକାନଗିରି,୮ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ବୁଧବାର ପୁଣି  ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଜିଲା ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବାରୁ ଏହାକୁ ସିଲ୍‌ କରି ଦିଆଯାଇଛି। କିନ୍ତୁ ଜରୁରିକାଳୀନ ଓପିଡି ଖୋଲା ରଖାଯାଇଥିବା ବେଳେ ଓପିଡି ଓ ଆଇପିଡିକୁ ବନ୍ଦ କରିି ଦିଆଯାଇଛି। ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ଚିକିତ୍ସା ଜାରି ରହିଥିବା ବେଳେ ପ୍ରାୟ ୪୦ ଜଣ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି ବୋଲି ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲ ଆଜି ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଜିଲାପାଳ ବୀରସେନ ପ୍ରଧାନ, ଡିଆରଡିଏର ପ୍ରକଳ୍ପ ନିର୍ଦ୍ଦେଶକ ବାଳମୁକୁନ୍ଦ ଭୂୟାଁ , ଡିଆଇପିଆରଓ ଦିଲ୍ଲୀପ ସାମନ୍ତରାୟ ଯୋଗ ଦେଇଥିଲେ।
ସୂଚନାଯୋଗ୍ୟ, ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୬୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୪ଜଣ ଚିକିତ୍ସାଧୀନ ଅଛନ୍ତ।