ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା: ଆହୁରି ୩ଦିନ ଲଗାଣ ବର୍ଷା

ଭୁବନେଶ୍ୱର, ୩୧।୭(ଅନୁରାଧା ମହାରଣା)- ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରାଜ୍ୟର କିଛି କିଛି ସ୍ଥାନରେ ପାଗ ମେଘୁଆ ସହ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଜାରିରହିଛି। ଆସନ୍ତା ୩ତାରିଖ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏପରିକି ଗୁରୁବାର ବର୍ଷାର ପ୍ରଭାବ ବଢ଼ିବା ନେଇ ମଧ୍ୟ ଆଶଙ୍କା କରାଯାଇଛ। ବର୍ତ୍ତମାନ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ବର୍ଷାର ପ୍ରଭାବ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ବୁଧବାର ବାରିପଦାରେ ସର୍ବାଧିକ ୧୨୧.୦ ମିମି, ମାଲକାନଗିରି ଓ ଝାରସୁଗୁଡ଼ାରେ ୧୭.୪ ମିମି, ଜଗତସିଂହପୁରରେ ୧୭.୦ମିମି ନବରଙ୍ଗପୁର, ଭଦ୍ରକ ଓ ନୟାଗଡ଼ରେ ୧୩.୦ ମିମି ବର୍ଷା ସହ ଅନ୍ୟାନ୍ୟ ଜିଲାରେ ମଧ୍ୟ ବର୍ଷା ରେକର୍ଡ଼ କରାଯାଇଛି।
ଅନ୍ୟପଟେ ଆଗାମୀ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ନେଇ ସୂଚନା ଥିବାରୁ ରାଜ୍ୟବାସୀଙ୍କ ଚିନ୍ତା ବଢ଼ିଛି। ଗୁରୁବାର ୫ ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମା ନକରାଯାଇଛି। ସମ୍ପୃକ୍ତ ଜିଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଅନୁଗୁଳ ଓ ଢ଼େଙ୍କାନାଳ ଆଦି ଜିଲା ରହିଛି । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଳପୁର, ଦେବଗଡ଼, ବରଗଡ଼ ଓ ଜଗତସିଂହପୁରର କେତକ ସ୍ଥାନରେ ୭ରୁ ୧୧ ସେମି ପର୍ଯ୍ୟୃନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ସୂଚନା ଥାଉକି, ବର୍ତ୍ତମାନ ମହାନଦୀରେ ୧୮ ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିବା ବେଳେ ପୁଣି ଛତିଶଗଡ଼ ଅର୍ଥାତ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ତେଣୁ ଆଗକୁ ମହାନଦୀରେ ଅଧିକ ଗେଟ ଖୋଲିବା ସହ ମହାନଦୀ ଫୁଲିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ସମାନ ଭାବେ ଝାଡ଼ଖଣ୍ଡ ସହ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ବ୍ରାହ୍ମଣୀରେ ମଧ୍ୟ ଜଳସ୍ତର ବୃଦ୍ଧି ନେଇ ଆଶଙ୍କା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?