ଖୋଲିଲା ହୀରାକୁଦର ଆଉ ୩ ଗେଟ୍‌

ସମ୍ବଲପୁର,୨୫ା୭(ଶୁଭାଶିଷ ପାଢ଼ୀ):ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ଆଉ ୩ ଗେଟ୍‌ ସୋମବାର ଖୋଲାଯାଇଛି। ଫଳରେ ଏବେ ମୋଟ ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଡ୍ୟାମ୍‌କୁ ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ କର୍ତ୍ତୃପକ୍ଷ ପୁଣି ଗେଟ୍‌ ଖୋଲିବା ନିଷ୍ପତ୍ତି ନେଇଥିଲେ। ମିଳିଥିବା ସୂଚନା ଅନୁଯାୟୀ ସୋମବାର ସନ୍ଧ୍ୟା ୬ଟା ସୁଦ୍ଧା ଡ୍ୟାମ୍‌ର ଜଳସ୍ତର ୬୧୪.୩୧ ଫୁଟ୍‌ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ ଲକ୍ଷ ୩୮ହଜାର ୩୩୫ କ୍ୟୁସେକ ଜଳ ପ୍ରବେଶ କରୁଛି। ସେହିପରି ସ୍ପିଲୱେ, ଜଳସେଚନ, ପାୱାର ଚ୍ୟାନେଲ, କଳକାରଖାନ ଏବଂ ଡ୍ୟାମ୍‌ ବାମ ପାର୍ଶ୍ୱର ୬ଟି ଓ ଡାହାଣ ପାର୍ଶ୍ୱର ୨ଟି ସ୍ଲୁଇସ ଗେଟ୍‌ ଦେଇ ମୋଟ ୧ ଲକ୍ଷ ୬୨ ହଜାର ୪୧୦ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ବେଲଗଁାରେ ୮ହଜାର, ପର୍ଥଲାରେ ୪୨ ହଜାର ୭୦୭, ଖଇରମାଲରେ ୨ଲକ୍ଷ ୬ ହଜାର, ବରମୁଲାରେ ୧ଲକ୍ଷ ୫ଶହ ଓ ମୁଣ୍ଡୁଳିରେ ୭୬ ହଜାର ୨୦୦ କ୍ୟୁସେକ ଜଳ ପ୍ରବାହିତ ହେଉଛି। ସୂଚନାଯୋଗ୍ୟ, ଡ୍ୟାମ୍‌ର ୫ ଗେଟ୍‌ ଦେଇ ରବିବାର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଥିଲା। ଏ ନେଇ ହୀରାକୁଦ ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ କହିଛନ୍ତି, ଏବେ କୌଣସି ଭୟଭୀତ ହେବାର ନାହିଁ। ଜଳଭଣ୍ଡାରରେ ନିୟନ୍ତ୍ରଣ ଅନୁସାରେ ଜଳ ରହିଛି। ଜୁଲାଇ ୩୧ ସୁଦ୍ଧା ଜଳସ୍ତର ୬୦୫ ଫୁଟ୍‌ ରଖାଯିବ। ପାଣିପାଗ ବିଭାଗ ଓ ଅତ୍ୟାଧୁନିକ ଜ୍ଞାନକୌଶଳ ସୂଚନା ଅନୁସାରେ ବହୁମାତ୍ରାରେ ବର୍ଷା ହେବା ସମ୍ଭାବନା ନାହିଁ ବୋଲି ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri