ବରଗଡ଼ରେ ହେବ ୩ ନୂଆ ବୃହତ ସେତୁ: ୩୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୮(ଅସମାପିକା ସାହୁ): ବରଗଡ଼ ଜିଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ୍‌ ୨୬ ଓ ୨୭ ତାରିଖରେ ବରଗଡ଼ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ଼ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ।

ସେହିପରି ବରଗଡ଼ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ବରଗଡ଼ ଜିଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡ଼ିବ। ଏହାଦ୍ୱାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ। ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ଼ ଓ ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡ଼ିବ। ଏହାଦ୍ୱାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri