ବରଗଡ଼ରେ ହେବ ୩ ନୂଆ ବୃହତ ସେତୁ: ୩୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୮(ଅସମାପିକା ସାହୁ): ବରଗଡ଼ ଜିଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ୍‌ ୨୬ ଓ ୨୭ ତାରିଖରେ ବରଗଡ଼ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ଼ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ।

ସେହିପରି ବରଗଡ଼ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ବରଗଡ଼ ଜିଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡ଼ିବ। ଏହାଦ୍ୱାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ। ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ଼ ଓ ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡ଼ିବ। ଏହାଦ୍ୱାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା।...

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri