ଏମ୍‌ସରେ ଖୋଲିବ ୩ ନୂଆ ବିଭାଗ

ଭୁବନେଶ୍ୱର, ୨୭।୯(ଅସମାପିକା ସାହୁ): ରୋଗୀ ସେବାକୁ ତ୍ୱରାନ୍ବିତ କରିବା ପାଇଁ ଏମ୍‌ସ ଭୁବନେଶ୍ୱର ଆଉ ତିନୋଟି ବିଭାଗ ଖୋଲିବ। ଏହି ବିଭାଗଗୁଡ଼ିକ ହେଲା ସଂକ୍ରାମକ ରୋଗ ବିଭାଗ, ବାୟୋ ଇନ୍‌ଫର୍ମାଟିକ୍ସ ବିଭାଗ ଏବଂ ବାୟୋଷ୍ଟାଟିଷ୍ଟିକ୍ସ ବିଭାଗ। ଷ୍ଟାଣ୍ଡିଂ ଏକାଡେମିକ୍‌ କମିଟି ଏହାର ଅନୁମୋଦନ ପ୍ରଦାନ କରିଛି। ଏହା ରୋଗୀ ସେବା ତଥା ଅନ୍ୟାନ୍ୟ ସେବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ଏମ୍‌ସ ଭୁବନେଶ୍ୱରର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡା. ଆଶୁତୋଷ ବିଶ୍ବାସ କହିଛନ୍ତି। ଏମ୍‌ସର ଏକାଦଶ ବାର୍ଷିକ ଉତ୍ସବ ଅବସରରେ ଡା. ବିଶ୍ବାସ ଏହି ସୂଚନା ଦେଇଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ୍‌ କରକମଲକର ଯୋଗଦେଇ ଉଲ୍ଲେଖନୀୟ ସ୍ବାସ୍ଥ୍ୟସେବା ପାଇଁ ଏମ୍‌ସ ଭୁବନେଶ୍ୱରକୁ ଅଭିନନ୍ଦନ ଜଣାଇବା ସହ ଗବେଷଣା ଏବଂ ରୋଗୀ ସେବା ପାଇଁ ଅନୁଷ୍ଠାନର ପ୍ରତିବଦ୍ଧତାକୁ ପ୍ରଶଂସା କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ର, ଅଧ୍ୟାପକ ଓ କର୍ମଚାରୀଙ୍କୁ ନେଇ ଏକାଧିକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଏଥିସହିତ ବାହାନଗା ଟ୍ରେନ୍‌ ଦୁର୍ଘଟଣାର ମୃତ ଶରୀର ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ଡାକ୍ତର, ପାରାମେଡିକାଲ୍‌ ଓ ଅନ୍ୟ କର୍ମଚାରୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା। ବାର୍ଷିକ ସ୍ମରଣିକା ‘ଦି ଇନ୍‌ସାଇଟ୍‌’କୁ ଅତିଥିମାନେ ଉନ୍ମୋଚନ କରିଥିଲେ। ସେହିପରି ବିଭିନ୍ନ ବିଭାଗର ବିଶେଷଜ୍ଞଙ୍କ ଦ୍ବାରା ଲିଖିତ ପୁସ୍ତକ କ୍ଲିନିକାଲ୍‌ ଫିଚର୍ସ ଅଫ୍‌ ମେଲିଡିଓସିସ୍‌କୁ ମଧ୍ୟ ଅତିଥିମାନେ ଉନ୍ମୋଚନ କରିଥିଲେ। ଡିନ୍‌ (ଏକାଡେମିକ୍ସ) ଡା. ପି.ଆର୍‌. ମହାପାତ୍ର, ଡିନ୍‌ (ଗବେଷଣା) ଡା. ସତ୍ୟଜିତ୍‌ ମିଶ୍ର, ଡିନ୍‌ (ପରୀକ୍ଷା) ଡା. ସୌଭାଗ୍ୟ କୁମାର ଜେନା, ମେଡିକାଲ ଅଧୀକ୍ଷକ ଡା. ଦିଲ୍ଲୀପ କୁମାର ପରିଡ଼ା, ଭାରପ୍ରାପ୍ତ କୁଳସଚିବ ଡା. ଦେବୋପ୍ରିୟ ବନ୍ଦୋପଧ୍ୟାୟ, ଭାରପ୍ରାପ୍ତ ଡିଡିଏ ରଶ୍ମି ରଞ୍ଜନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ଆୟୋଜକ କମିଟିର ଆବାହକ ଡା. ଶ୍ୱେତା ସିଂ ଏବଂ ସହଆବାହକ ଡା. ସୋମନାଥ ପାଢ଼ୀ ପ୍ରମୁଖ ଉତ୍ସବର ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri