Posted inଜାତୀୟ

ସୁପ୍ରିମକୋର୍ଟରେ ନିଯୁକ୍ତ ହେଲେ ୩ ନୂତନ ବିଚାରପତି

ନୂଆଦିଲ୍ଲୀ,୯।୧୧: ସୁପ୍ରିମକୋର୍ଟରେ ଗୁରୁବାର ତିନିଜଣ ନୂତନ ବିଚାରପତି ନିଯୁକ୍ତ ହୋଇଛନ୍ତି। ଏହା ସହିତ କୋର୍ଟ ବର୍ତ୍ତମାନ ୩୪ ବିଚାରପତିଙ୍କ ସହ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରିବେ। ଏହି ତିନିଜଣ ନୂତନ ବିଚାରପତି ହେଉଛନ୍ତି ଦିଲ୍ଲୀ ହାଇକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ସତୀଶ ଚନ୍ଦ୍ର ଶର୍ମା, ରାଜସ୍ଥାନ ହାଇକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଅଗଷ୍ଟିନ ଜର୍ଜ ମସିହ ଏବଂ ଗୌହାଟି ହାଇକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ସନ୍ଦୀପ ମେହେଟ୍ଟା।
ନିକଟରେ ପ୍ରଧାନ ବିଚାରପତି ଚନ୍ଦ୍ରଚୁଡ, ଜଷ୍ଟିସ ସଞ୍ଜୟ କିଶନ କୌଲ, ଜଷ୍ଟିସ ସଞ୍ଜୀବ ଖାନ୍ନା, ଜଷ୍ଟିସ ବି.ଆର ଗାଭାଇ ଏବଂ ଜଷ୍ଟିସ ସୂର୍ଯ୍ୟ କାନ୍ତଙ୍କ କଲେଜିୟମ ଦ୍ୱାରା ଏହି ତିନିଜଣ ବିଚାରପତିଙ୍କ ନାମ ସୁପାରିଶ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri