ଶପଥ ନେଲେ ୩ ନୂଆ ମନ୍ତ୍ରୀ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ରାଜ୍ୟର ତିନି ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା।  ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଓ ସାରଦା ନାୟକଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ତିନି ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହି ସମୟରେ  ସମସ୍ତ ମନ୍ତ୍ରୀ ଏବଂ ବିଧାୟକ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଗତ ୧୨ ତାରିଖରେ ବାଚସ୍ପତି ପଦରୁ ଅଚାନକ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଥିଲେ। ଏହାର କିଛି ସମୟ ମଧ୍ୟରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଶ୍ରୀକାନ୍ତ ସାହୁ ମଧ୍ୟ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିଲେ। ଫଳରେ ସମୀରଙ୍କ ହାତରେ ଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଶ୍ରୀକାନ୍ତଙ୍କ ପାଖରେ ଥିବା ଶ୍ରମ ବିଭାଗର ଦାୟିତ୍ୱ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲିକଙ୍କୁ ଦିଆଯାଇଥିଲା। ସେହିପରି ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ପରେ ତାଙ୍କ ପାଖରେ ରହିଥିବା ସ୍ବାସ୍ଥ୍ୟ ବିଭାଗ ଦାୟିତ୍ୱ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri