ଗିରଫ ହେଲେଣି ୩ ଓଏଏସ୍‌ ଅଧିକାରୀ

ବାରିପଦା ଅଫିସ,୯।୭ ଦୁର୍ନୀତି ହେଉ ଅଥବା ଲାଞ୍ଚ ମାମଲା। ଗତ କିଛି ବର୍ଷ ମଧ୍ୟରେ ମୟୂରଭଞ୍ଜ ଜିଲାର ୩ ଓଏଏସ୍‌(ଓଡ଼ିଶା ପ୍ରଶାସନିକ ସେବା) ଅଧିକାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହେଲେଣି। ବାରମ୍ବାର ଏଭଳି ଘଟଣା ଘଟୁଥବା ବେଳେ ଦୁର୍ନୀତିଖୋର ଅଧିକାରୀମାନେ ସୁଧୁରୁ ନାହାନ୍ତି।
ଶୁକ୍ରବାର ଜମି ପଟ୍ଟା କରାଇ ଦେବାକୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ରରୁଅଁା ତହସିଲଦାର ସତ୍ୟ ସୁନ୍ଦର ରାଉତ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ବିଭାଗ ତାଙ୍କ ନାଁରେ ମାମଲା ରୁଜୁ କରିବା ସହ ଗିରଫ କରିଛି। ୨୦୨୧ ମାର୍ଚ୍ଚ ୨୯ରେ ବାଙ୍ଗରିପୋଷି ତହସିଲଦାର ଅଭିମନ୍ୟୁ ପଣ୍ଡା ବିପୁଳ ଟଙ୍କା ନେଇ ଘରକୁ ଯାଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିଲେ। ୨୦୧୪ରେ ଶାମାଖୁଣ୍ଟା ତହସିଲଦାର ସବିତା ସାହୁ ଇଟାଭାଟି ଅନୁମତି ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ା ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିଲା। ଏହି ମାମଲାରେ ତାଙ୍କୁ ୨ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଉପରିସ୍ଥ ଅଧିକାରୀମାନେ ଲାଞ୍ଚ ଟଙ୍କା ନେଇ କାର୍ଯ୍ୟ କରୁଥିବାରୁ ତଳିଆ କର୍ମଚାରୀମାନେ ସେହି ଢ଼ାଞ୍ଚାରେ ପଡ଼ି ଟଙ୍କା ଆଦାୟ କରିବାକୁ ପଛାଉ ନାହାନ୍ତି। ଏପରିକି ବିନା ଟଙ୍କାରେ କୌଣସି ଅଫିସରେ କାଗଜପତ୍ର ଆଗକୁ ଯାଇ ପାରୁନାହିଁ ା ଆଦିବାସୀ ବହୁଳ ଏହି ଜିଲାର ଗରିବ ଲୋକେ ଝାଳବୁହା ଧନକୁ ଦେଇ ନିଜର କାର୍ଯ୍ୟ କରୁଛନ୍ତି। ଏପରିକି ଛାତ୍ରୀଛାତ୍ରଙ୍କ ବାସସ୍ଥାନ ପ୍ରମାଣପତ୍ର, ଜାତି ସାର୍ଟିଫିକେଟ, ଆୟ ପ୍ରମାଣପତ୍ର, ଜମିଜମା ସଂକ୍ରାନ୍ତୀୟ ନୋଟିସ ଆଦି ବିନା ଲାଞ୍ଚରେ କରିବା ଅସମ୍ଭବ ହୋଇପଡ଼ୁଛି। ଏହାକୁ ନେଇ ଜିଲାବାସୀ ଅତିଷ୍ଠ ହୋଇ ଭିଜିଲାନ୍ସର ଦ୍ୱାରସ୍ଥ ହେଉଛନ୍ତି। ତଥାପି ଅଧିକାରୀମାନଙ୍କ ଚେତା ପଶୁ ନ ଥିବା ବେଳେ ଲାଞ୍ଛୁଆ ଅଫିସରଙ୍କ ପାଇଁ ଜିଲା ବଦନାମ ହେବାରେ ଲାଗିଛି।
ଗତ ମାସକ ମଧ୍ୟରେ ଅନ୍ୟ ୩ ଅଧିକାରୀ ମଧ୍ୟ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଜୁନ ୧୭ରେ ବଡ଼ସାହି ବିଇଓ ଅଫିସର କିରାଣି ବିକ୍ରମ ବେହେରା ୧୫ହଜାର ଓ ୨୯ରେ ବାଦାମପାହାଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କିରାଣି ୨୫ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଜିଲାରେ ଥିବା ଶିକ୍ଷା, ସ୍ବାସ୍ଥ୍ୟ ଓ ଉନ୍ନୟନ କାର୍ଯ୍ୟାଳୟ ଗୁଡ଼ିକର ଅଧିକାରୀମାନେ ତଳିଆ କର୍ମଚାରୀଙ୍କୁ ହାତବାରିସି କରି ଟଙ୍କା ଆଦାୟ କରିବାର ନଜିର ରହିଛି। ଧରାପଡ଼ିଲେ ତଳିଆ କର୍ମଚାରୀ ଚାକିରି ହରାଉଥିବା ବେଳେ ଉପରିସ୍ଥ ଅଧିକାରୀମାନେ ଭିଜିଲାନ୍ସ ଆଖିରେ ଧୂଳି ଦେଇ ଖସି ପଳାଇବାରେ ସକ୍ଷମ ହେଉଛନ୍ତି। ଜିଲାକୁ ଦୁର୍ନୀତିମୁକ୍ତ କରିବା ପାଇଁ ଉଚ୍ଚପଦସ୍ଥ ଅଧିକାରୀମାନେ ଦୃଷ୍ଟି ଦେବାକୁ ଭଞ୍ଜସେନାର ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନା ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri