Posted inଜାତୀୟ

୩ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୯ା୪: ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନର ଦରବାର ହଲ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ୭୧ ଜଣ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ସମ୍ମାନ ପ୍ରଦାନ କରିଛନ୍ତି। ୭୬ତମ ସାଧାରଣତନ୍ତ୍ର ଦିବସର ପୂର୍ବ ରାତ୍ରିରେ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଓ ପଦ୍ମଶ୍ରୀ ସମ୍ମାନ ପାଇଁ ବିଭିନ୍ନ କ୍ଷେତ୍ରରେ ଉପଲବ୍ଧୀ ହାସଲ କରିଥିବା ୧୩୯ ଜଣଙ୍କ ନାମକୁ ଘୋଷଣା କରାଯାଇଥିଲା।

ଏହି ଅବସରରେ ରାଷ୍ଟ୍ରପତି ଓଡ଼ିଶାର ଅଶୋକ କୁମାର ମହାପାତ୍ର, ଅଦ୍ୱୈତ ଚରଣ ଗଡ଼ନାୟକ ଏବଂ ଦୁର୍ଗା ଚରଣ ରଣବୀରଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଚିକିତ୍ସା କ୍ଷେତ୍ରରେ ନିଜ ଅବଦାନ ପାଇଁ ଅଶୋକ କୁମାର ମହାପାତ୍ର ଏବଂ କଳା କ୍ଷେତ୍ରରେ ଅଦ୍ୱୈତ ଚରଣ ଗଡ଼ନାୟକ ଓ ଦୁର୍ଗା ଚରଣ ରଣବୀରଙ୍କୁ ସମ୍ମାନିତ କରାଯାଇଛି।

୪ ଜଣଙ୍କୁ ପଦ୍ମ ବିଭୂଷଣ ଏବଂ ୧୦ ଜଣଙ୍କୁ ପଦ୍ମ ଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଛି। ସମ୍ମାନିତ ହୋଇଥିବା ବିଶିଷ୍ଟ ବ୍ୟକ୍ତିଙ୍କ ମଧ୍ୟରେ ଫିଲ୍ମ ନିର୍ମାତା ଶେଖର କପୁର, ଭାଓଲିନ ବାଦକ ଏଲ୍‌. ସୁବ୍ରମଣିଆମ୍‌, ତେଲୁଗୁ ସୁପରଷ୍ଟାର ନନ୍ଦମୁରୀ ବାଲକ୍ରିଷ୍ଣା, ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପି.ଆର୍‌ ଶ୍ରୀଜେଶ୍‌ ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri