Posted inଜାତୀୟ

୩ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୯ା୪: ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନର ଦରବାର ହଲ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ୭୧ ଜଣ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ସମ୍ମାନ ପ୍ରଦାନ କରିଛନ୍ତି। ୭୬ତମ ସାଧାରଣତନ୍ତ୍ର ଦିବସର ପୂର୍ବ ରାତ୍ରିରେ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଓ ପଦ୍ମଶ୍ରୀ ସମ୍ମାନ ପାଇଁ ବିଭିନ୍ନ କ୍ଷେତ୍ରରେ ଉପଲବ୍ଧୀ ହାସଲ କରିଥିବା ୧୩୯ ଜଣଙ୍କ ନାମକୁ ଘୋଷଣା କରାଯାଇଥିଲା।

ଏହି ଅବସରରେ ରାଷ୍ଟ୍ରପତି ଓଡ଼ିଶାର ଅଶୋକ କୁମାର ମହାପାତ୍ର, ଅଦ୍ୱୈତ ଚରଣ ଗଡ଼ନାୟକ ଏବଂ ଦୁର୍ଗା ଚରଣ ରଣବୀରଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଚିକିତ୍ସା କ୍ଷେତ୍ରରେ ନିଜ ଅବଦାନ ପାଇଁ ଅଶୋକ କୁମାର ମହାପାତ୍ର ଏବଂ କଳା କ୍ଷେତ୍ରରେ ଅଦ୍ୱୈତ ଚରଣ ଗଡ଼ନାୟକ ଓ ଦୁର୍ଗା ଚରଣ ରଣବୀରଙ୍କୁ ସମ୍ମାନିତ କରାଯାଇଛି।

୪ ଜଣଙ୍କୁ ପଦ୍ମ ବିଭୂଷଣ ଏବଂ ୧୦ ଜଣଙ୍କୁ ପଦ୍ମ ଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଛି। ସମ୍ମାନିତ ହୋଇଥିବା ବିଶିଷ୍ଟ ବ୍ୟକ୍ତିଙ୍କ ମଧ୍ୟରେ ଫିଲ୍ମ ନିର୍ମାତା ଶେଖର କପୁର, ଭାଓଲିନ ବାଦକ ଏଲ୍‌. ସୁବ୍ରମଣିଆମ୍‌, ତେଲୁଗୁ ସୁପରଷ୍ଟାର ନନ୍ଦମୁରୀ ବାଲକ୍ରିଷ୍ଣା, ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପି.ଆର୍‌ ଶ୍ରୀଜେଶ୍‌ ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri