୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ଏହି ସମ୍ମାନ ପ୍ରଦାନ କରିଛନ୍ତି।

ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଚରଣ ହେମ୍ବ୍ରମଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଛି। ସେହିପରି କଳା କ୍ଷେତ୍ରରେ ଅନନ୍ୟ ଅବଦାନ ପାଇଁ ଶରତ ପାତ୍ର ଏବଂ ସୀମାଞ୍ଚଳ ପାତ୍ରଙ୍କୁ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଛି।

ତିନିଜଣ ଓଡ଼ିଆଙ୍କୁ ଏହି ସମ୍ମାନ ମିଳିବା ପରେ ରାଜ୍ୟବାସୀଙ୍କ ମଧ୍ୟରେ ଖୁସିର ଲହରୀ ଦେଖାଦେଇଛି। ବିଭିନ୍ନ ମହଲରୁ ସେମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଯାଉଛି।

ସୂଚନାଯୋଗ୍ୟ, ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅବସରରେ ମୋଟ ୬୫ ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଓ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି।

Dharitri – Odisha’s No.1 Odia Daily

Share
Tags: Padma Awards