ଗୁଳିମାଡ଼ରେ ଗୋଟିଏ ପରିବାରର ୩ ଗୁରୁତର

ଆଠଗଡ଼,୧୨।୨(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ଅଧୀନ ଜେନାପଦା ମଝି ସାହିରେ ରବିବାର ସନ୍ଧ୍ୟାରେ ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ବଂଶୀଧର ନାୟକ, ଜିତେନ୍ଦ୍ର ନାୟକ, ଦୀନବନ୍ଧୁ ନାୟକ। ଗୁରୁତରମାନଙ୍କୁ ପ୍ରଥମେ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟ ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଏନେଇ ଗ୍ରାମରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପ୍ରେମ ବ୍ୟାପାରରୁ ଏହି ଗୁଳିକାଣ୍ଡ ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।